www.samajalive.in
Tuesday, December 9, 2025
15.1 C
Bhubaneswar

୭ ଜଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଉତ୍ତର ଛତିଶଗଡ ପାର୍ଶ୍ବବର୍ତ୍ତୀ ଓ ଝାଡ଼ଖଣ୍ଡ ଏବଂ ଓଡ଼ିଶା ମଧ୍ୟରେ ସୃଷ୍ଟି ହୋଇ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଗତ ୨୪ଘଣ୍ଟା ମଧ୍ୟରେ ବାଲେଶ୍ୱର ଏବଂ ଉତ୍ତର ଉପକୂଳ ଓଡ଼ିଶାର ଅଳ୍ପ କେତେକ ଅଞ୍ଚଳରେ ପାଗ ମେଘୁଆ ରହିବା ସହିତ ବର୍ଷା ହୋଇଯାଇଛି। ରାଜ୍ୟର ଅନ୍ୟ କେତେକ ଅଞ୍ଚଳରେ ଘନ କୁହୁଡି ଅନୁଭୂତ ହୋଇଛି। ଗତ ୨୪ଘଣ୍ଟା ମଧ୍ୟରେ ସର୍ବନିମ୍ନ ତାପମାତ୍ରା ୯.୭ ଡିଗ୍ରୀ ସେଲସିୟସ ଝାରସୁଗୁଡାଠାରେ ରେକର୍ଡ କରାଯାଇଥିବାବେଳେ ସର୍ବୋଚ୍ଚ ତାପମାତ୍ରା ୩୨.୬ ଡିଗ୍ରୀ ସେଲସିୟସ ଭୁବନେଶ୍ୱରରେ ରେକର୍ଡ କରାଯାଇଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲ୍ଲାର କେତେକ ସ୍ଥାନରେ ବର୍ଷାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ଆସନ୍ତା କିଛିଦିନ ପାଇଁ କେତେକ ଜିଲ୍ଲାରେ କୁହୁଡିର ପୂର୍ବାନୁମାନ କରାଯାଇଛି। ଏହି ସମୟରେ ଯାତାୟତ ବେଳେ ସତର୍କତା ଅବଲମ୍ବନ କରିବା ପାଇଁ ପରାମର୍ଶ ଦିଆଯାଇଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories