ବଙ୍ଗୋପସାଗରରେ ପୁଣି ଘୂର୍ଣ୍ଣିବଳୟ, ବଢିବ ବର୍ଷା

ଭୁବନେଶ୍ୱର :  ଆସନ୍ତା ୧୨ ତାରିଖ ବେଳକୁ ଉତରପଶ୍ଚିମ ପାର୍ଶ୍ୱବର୍ତୀ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଅଂଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ୧୨ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ଏବଂ ବିସ୍ତୃତି ବଢିବ। ରାଜ୍ୟରେ ୩ ଦିନ ଧରି ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱରସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ୧୧ତାରିଖରୁ ରାଜ୍ୟର କିଛି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଥିବା ବେଳେ ୧୨ ଓ ୧୩ ତାରିଖରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଆସନ୍ତା ୧୧ ତାରିଖରେ ବାଲେଶ୍ୱର,ଭଦ୍ରକ,ଯାଜପୁର, କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା,ଜଗତସିଂହପୁର, ପୁରୀ, ନୟାଗଡ଼, ଗଞ୍ଜାମ,ଗଜପତି, ମୟୂରଭଞ୍ଜ,କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ,ଅନୁଗୋଳ, ଢ଼େଙ୍କାନାଳ, ବୌଦ୍ଧ ଓ କନ୍ଧମାଳ ଜିଲ୍ଲାରେ କେତେକ ସ୍ଥାନରେ ବର୍ଷା ସହିତ ବିଜୁଳି ଓ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ସେହିପରି ୧୨ ତାରିଖରେ ବାଲେଶ୍ୱର,ଭଦ୍ରକ,ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ,ନୟାଗଡ଼, ଗଞ୍ଜାମ,ଗଜପତି, ମୟୂରଭଞ୍ଜ,କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ,ଅନୁଗୋଳ, ଢ଼େଙ୍କାନାଳ,କଳାହାଣ୍ଡି, ବୌଦ୍ଧ, କନ୍ଧମାଳ, ନବରଙ୍ଗପୁର,ମାଲକାନଗିରି,କୋରାପୁଟ ଓ ରାୟଗଡାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାରେ ୭ରୁ ୧୧ସେମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେହିପରି ଗଂଜାମ, କନ୍ଧମାଳ,ନୟାଗଡ, କଟକ, ଅନୁଗୋଳ,ବୌଦ୍ଧ ଓ ଢେଙ୍କାନାଳ ଜିଲ୍ଲାର ଗୋଟିଏ ଦୁିଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Comments are closed.