www.samajalive.in
Monday, December 15, 2025
15.1 C
Bhubaneswar

ଦକ୍ଷିଣ ଓଡ଼ିଶାରେ ଆଜି ବର୍ଷିବ

ଭୁବନେଶ୍ୱର : ଆସନ୍ତା ୭ ତାରିଖ ବେଳକୁ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏହି ଲଘୁଚାପ ସୃଷ୍ଟି ହେବାର ଆଶଙ୍କା ରହିଛି। ଲଘୁଚାପ ସମ୍ଭାବନା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏହାର ପ୍ରଭାବ ଦକ୍ଷିଣ ଓଡ଼ିଶାରେ ବେଶୀ ଦେଖାଇବ ବୋଲି ପାଣିପାଗ ବିଜ୍ଞାନୀ ପୂର୍ବାନୁମାନ କରିଛନ୍ତି। ୮ ତାରିଖରୁ ବର୍ଷାର ପରିମାଣ ବଢ଼ିବ। ୯ରୁ ସାରା ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି।
ଏବେ ରାଜ୍ୟରେ ଗତ କିଛି ଦିନ ହେଲା ପ୍ରବଳ ଖରା ଓ ଗୁଳୁଗୁଳି ଲାଗି ରହିଥିବାବେଳେ ଆସନ୍ତାକାଲିଠାରୁ ଏଥିରୁ କିଛି ମାତ୍ରାରେ ନିସ୍ତାର ମିଳିବ। ବିଶେଷକରି ଦକ୍ଷିଣ ଓଡ଼ିଶାରେ ଆସନ୍ତାକାଲି ଠାରୁ ପ୍ରବଳ ବର୍ଷା ନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ହଳଦିଆ ସତର୍କତା ଜାରି କରାଯାଇଛି। ମଙ୍ଗଳବାର ସକାଳ ୮.୩୦ରୁ ବୁଧବାର ସକାଳ ୮.୩୦ ପର୍ଯ୍ୟନ୍ତ ଗଞ୍ଜାମ, ଗଜପତି, କନ୍ଧମାଳ, ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ନବରଙ୍ଗପୁର ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଏହାସହିତ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କଟକ, ଜଗତସିଂହପୁର, ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ,ଅନୁଗୋଳ, ଢେଙ୍କାନାଳ, ଯାଜପୁର, ମୟୂରଭଞ୍ଜ ଓ କେନ୍ଦୁଝର ପ୍ରଭୃତି ୧୯ ଜିଲାକୁ ବଜ୍ରପାତ ନେଇ ହଳଦିଆ ସତର୍କତା ଜାରି କରାଯାଇଛି। ଏସବୁ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହ ବର୍ଷା ହୋଇପାରେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories