www.samajalive.in
Monday, December 15, 2025
27.1 C
Bhubaneswar

ଆହୁରି ୪ ଦିନ ବର୍ଷା

ଡେସ୍କ : ଦକ୍ଷିଣ ଓଡ଼ିଶା – ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ସମଗ୍ର ଉତ୍ତର-ପଶ୍ଚିମ ଓ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ରହିଥିବା ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟର କେତେକ ସ୍ଥାନରେ ବର୍ଷା ଜାରି ରହିଛି । ଆସନ୍ତା ୪ ଦିନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଅନୁମାନ କରାଯାଇଛି ।
ପାଣିପାଗ ବିଭାଗର ସୂଚନା ଅନୁସାରେ, ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଆଉ ଦୁଇଦିନ ମଧ୍ୟରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଅଛି । ଏହାର ପ୍ରଭାବରେ ଚଳିତ ମାସ ଶେଷ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା, କଳାହାଣ୍ଡି, କନ୍ଧମାଳ, ଗଜପତି, ଗଞ୍ଜାମ, ପୁରୀ, ଝାରସୁଗୁଡ଼ା, ସମ୍ବଲପୁର,ସୁନ୍ଦରଗଡ଼, କେନ୍ଦୁଝର ଏବଂ ମୟୁରଭଞ୍ଜ ଆଦି ୧୪ ଜିଲ୍ଲାରେ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସମସ୍ତ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ୭ରୁ ୧୧ ସେମି ଯାଏଁ ବର୍ଷାର ସମ୍ଭାବନା ରହିଛି ।

Hot this week

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

Related Articles

Popular Categories