www.samajalive.in
Saturday, December 6, 2025
15.1 C
Bhubaneswar

ବର୍ଷା ପାଇଁ ସବୁ ଡାକ୍ତରଖାନା ପ୍ରସ୍ତୁତ ରଖିବା ପାଇଁ ନିର୍ଦେଶ

ଭୁବନେଶ୍ବର: ଚଳିତ ବର୍ଷ ବର୍ଷା ଋତୁକାଳୀନ ରୋଗ ପ୍ରତିରୋଧ ଓ ନିୟନ୍ତ୍ରଣ ନିମନ୍ତେ ସ୍ବାସ୍ଥ୍ୟ ସଚିବ ଅଶ୍ୱଥି ଏସ୍‌ଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ତୃଣମୂଳସ୍ତରରେ ସଚେତନତା କାର୍ଯ୍ୟକ୍ରମକୁ ତ୍ବରାନ୍ବିତ କରିବା ସହ ଆଶାକର୍ମୀ ଓ ଉପକେନ୍ଦ୍ର ଠାରୁ ଆରମ୍ଭ କରି ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର, ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଓ ଉପଖଣ୍ଡ ତଥା ଜିଲା ମୁଖ୍ୟ ଚିକିତ୍ସାଳୟ ପର୍ଯ୍ୟନ୍ତ ପର୍ଯ୍ୟାପ୍ତ ପରିମାଣର ଔଷଧ ମହଜୁଦ ରଖିବା ପାଇଁ ସ୍ୱାସ୍ଥ୍ୟ ସଚିବ ନିର୍ଦେଶ ଦେଇଛନ୍ତି।
ଏସ୍‌ଏଚ୍‌ଜି, ଲୋକ ପ୍ରତିନିଧି, ବହୁମୁଖୀ ସ୍ବାସ୍ଥ୍ୟକର୍ମୀ, ଆଶାକର୍ମୀ ଏବଂ ସ୍ବେଚ୍ଛାସେବୀଙ୍କୁ ସାମିଲ କରି ଜନସାଧାରଣଙ୍କୁ ପ୍ରତିରୋଧକ ଏବଂ ପ୍ରତିଷେଧକ ବ୍ୟବସ୍ଥା ବିଷୟରେ ସଠିକ୍ ସୂଚନା ଦେବାକୁ ସେ ନିର୍ଦେଶ ଦେଇଛନ୍ତି। ସେହିପରି ଦୀର୍ଘସ୍ଥାୟୀ ଔଷଧଯୁକ୍ତ ମଶାରିର ଶତପ୍ରତିଶତ ବଣ୍ଟନ ପାଇଁ କୁହାଯାଇଛି। ବରିଷ୍ଠ ଅଧିକାରୀମାନେ ସମ୍ବେଦନଶୀଳ ଜିଲା ଗସ୍ତ କରି ସେଠାରେ କ୍ଷେତ୍ର ନିରୀକ୍ଷଣ, ନିୟମିତ ଯାଞ୍ଚ ଓ ନମୁନା ପରୀକ୍ଷଣ ଆଦି ସୁନିଶ୍ଚିତ କରାଇବା ନିମନ୍ତେ ନିର୍ଦେଶ ପାଇଛନ୍ତି। ଗତ ବର୍ଷ ଡେଙ୍ଗୁ ମାମଲା ଅଧିକ ଥିବା ଜିଲାରେ ବିଶେଷ ଧ୍ୟାନ ଦେବା ପାଇଁ ସେ ନିର୍ଦେଶ ଦେଇଛନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories