www.samajalive.in
Monday, December 15, 2025
27.1 C
Bhubaneswar

ଲଘୁଚାପ ଜନିତ ଲଗାଣ ବର୍ଷା ; କଟକରେ ସ୍କୁଲ କଲେଜ ଛୁଟି

ଭୁବନେଶ୍ବର/କଟକ : ଘୂର୍ଣ୍ଣି ବଳୟ ଏବଂ ଲଘୁଚାପ ପ୍ରଭାବରେ ରାଜ୍ୟରେ ମୌସୁମୀ ପ୍ରବାହ ସକ୍ରିୟ ରହିଛି। ଫଳରେ ସାରା ରାଜ୍ୟ ଗତ ୨୪ ଘଣ୍ଟା ଧରି ବର୍ଷା ଲାଗି ରହିଛି। କଟକ-ଭୁବନେଶ୍ୱର ସମେତ ରାଜ୍ୟର ଅନେକ ସ୍ଥାନରେ ଲଗାଣ ବର୍ଷା ଯୋଗୁଁ ବିଭିନ୍ନ ତଳିଆ ଅଞ୍ଚଳ ଜଳମଗ୍ନ ହୋଇଛି।
କଟକ ସହରରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦୪ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ସହରର ବିଭିନ୍ନ ସ୍ଥାନରେ ପାଣି ଜମି ରହିଛି। ବିଶେଷ କରି ପଟ୍ଟାପୋଲ, ଥୋରିଆସାହି, ଫ୍ରେଣ୍ଡସ କଲୋନୀ, ବାଦାମବାଡି, ଦୋଳମୁଣ୍ଡାଇ, ରକ୍ସି ଲେନ ସମେତ ଅନେକ ଅଞ୍ଚଳରେ ବର୍ଷା ପାଣି ଲୋକଙ୍କ ଘରେ ପଶିଛି। ଅନେକ ସ୍କୁଲରେ ପାଣି ପଶିଛି। ଫଳରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଆଜି ଦିନକ ପାଇଁ ସହରର ସମସ୍ତ ସରକାରୀ ଏବଂ ଘରୋଇ ସ୍କୁଲ କଲେଜ ଛୁଟି ଘୋଷଣା କରାଯାଇଛି। କଟକ ମହାନଗର ନିଗମ ପକ୍ଷରୁ ବିଭିନ୍ନ ସ୍ଥାନରେ ୧୩୦ଟି ପମ୍ପ ଲଗାଯାଇ ଜଳ ନିଷ୍କାସନର ବ୍ୟବସ୍ଥା କରାଯାଇଛି।

 

Hot this week

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

ମେସିଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଦିଲ୍ଲୀରେ ପ୍ରବଳ ମାତ୍ରାରେ ପ୍ରଦୂଷଣ ଯୋଗୁଁ...

Related Articles

Popular Categories