www.samajalive.in
Tuesday, December 9, 2025
16.1 C
Bhubaneswar

ଲଘୁଚାପ ପ୍ରଭାବରେ ବର୍ଷା : ଜନଜୀବନ ପ୍ରଭାବିତ

ଭୁବନେଶ୍ବର : ଉତ୍ତର-ପୂର୍ବ ବଙ୍ଗୋପସାଗର ଉପରେ ଥିବା ଲଘୁଚାପ ଓ ସକ୍ରିୟ ମୌସୁମି ବାୟୁ ପ୍ରଭାବରେ ବୁଧବାର ଭୁବନେଶ୍ବର-କଟକ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଫଳରେ ଜନଜୀବନ ପ୍ରଭାବିତ ହୋଇଛି। ରାସ୍ତାଘାଟ ଏବଂ ତଳିଆ ଅଞ୍ଚଳରେ ପାଣି ଜମି ରହି କୃତ୍ରିମ ବନ୍ୟାର ଭ୍ରମ ସୃଷ୍ଟି କରିଛି। ତେବେ କଟକ ଓ ଭୁବନେଶ୍ବରରେ ୭ରୁ ୨୦ ସେମି. ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ତେବେ ଜଗତସିଂହପୁର ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

ବୁଧବାର ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଏହା ଅଧିକ ଘନିଭୂତ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆଜି ୧୨ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।  ଆଜି ସକାଳୁ ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢ଼େଙ୍କାନାଳ, ସୁନ୍ଦରଗଡ଼, କଟକ, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, କେନ୍ଦୁଝର, ବଲାଙ୍ଗୀର ଓ ସୋନପୁର ଜିଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ଲାଗି ରହିଛି। ଏଥିମଧ୍ୟରୁ ଅନୁଗୋଳ, ଦେବଗଡ଼ ଓ ସମ୍ବଲପୁର ଜିଲାରେ ଅତି ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଭାବେ ସମସ୍ତ ଜିଲାକୁ ଭୁବନେଶ୍ବର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ମୟୂରଭଞ୍ଜ, ଝାରସୁଗୁଡ଼ା, ବାଲେଶ୍ବର, ଝାରସୁଗୁଡ଼ା, ବରଗଡ଼, ଜଗତସିଂହପୁର, ବୌଦ୍ଧ, କଳାହାଣ୍ଡି ଓ କୋରାପୁଟ ଜିଲାରେ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୨୦ ତାରିଖରେ ବରଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, କେନ୍ଦୁଝର, ଦେବଗଡ଼ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଅଛି। ଏହା ପରଦିନ ବର୍ଷା ପରିମାଣ ହ୍ରାସ ପାଇବ। ତେବେ ଗୋଟିଏ ଦିନ ପରେ ୨୨ ତାରିଖରେ କେନ୍ଦୁଝର, ଅନୁଗୋଳ, ମୟୂରଭଞ୍ଜ, ଢ଼େଙ୍କାନାଳ, ବାଲେଶ୍ବର ଏବଂ ଭଦ୍ରକ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୨୦ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ନଯିବା ପାଇଁ କୁହାଯାଇଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories