www.samajalive.in
Saturday, December 6, 2025
26.1 C
Bhubaneswar

ଦୁଇ ଦିନ ବର୍ଷା

ଭୁବନେଶ୍ବର :  ରାଜ୍ୟରେ ଏବେ ହାଲୁକା ଶୀତ ଅନୁଭୂତ ହେଉଥିବାବେଳେ ୩-୪ ଦିନ ପରେ ରାତି ତାପମାତ୍ରା ୨-୪ ଡିଗ୍ରୀ ହ୍ରାସ ପାଇବାର ସମ୍ଭାବନା ରହିଛି। ଅନ୍ୟପକ୍ଷରେ ସୋମବାରଠାରୁ ଦୁଇ ଦିନ ଧରି କେତେକ ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।
୨୦ରୁ ୨୧ ତାରିଖ ଯାଏଁ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଜପତି, ଗଞ୍ଜାମ, ପୁରୀ, ଜଗତସିଂହପୁର, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାର ମଧ୍ୟମ ଧରଣ ବର୍ଷା ସମ୍ଭାବନା ରହିଛି। ବାକି ଜିଲାଗୁଡ଼ିକରେ ପାଗ ଶୁଖିଲା ରହିବ। ସେହିପରି ୨୧ରୁ ୨୨ ତାରିଖ ପର୍ଯ୍ୟନ୍ତ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର ଓ ଭଦ୍ରକ ଜିଲାର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର, ଅନୁଗୋଳ, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, କଳାହାଣ୍ଡି, କଟକ ଏବଂ ନବରଙ୍ଗପୁର ଜିଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାର ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ପରବର୍ତ୍ତୀ ସମୟରେ ରାଜ୍ୟରେ ପାଗ ଶୁଖିଲା ରହିବ। ଆସନ୍ତା ୩-୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ଦେଖାଯିବ ନାହିଁ। ଏହାପରେ ରାତି ତାପମାତ୍ରା ୨-୪ ଡିଗ୍ରୀ ହ୍ରାସ ପାଇବ। ଗତକାଲି ରାତିରେ କୋରାପୁଟରେ ସବୁଠୁ କମ୍‌ ସର୍ବନିମ୍ନ ତାପମାତ୍ରା ୧୨.୪ ଡିଗ୍ରୀ ରେକର୍ଡ଼ ହୋଇଥିଲା। ଜି. ଉଦୟଗିରିରେ ୧୩.୪ ଡିଗ୍ରୀ, ସେମିଳିଗୁଡ଼ାରେ ୧୪.୫ ଡିଗ୍ରୀ, ଫୁଲବାଣୀ ଓ ଦାରିଙ୍ଗବାଡ଼ିରେ ୧୫.୫ ଡିଗ୍ରୀ ଲେଖାଏଁ ଏବଂ କିରେଇରେ ୧୫.୭ ଡିଗ୍ରୀ ଲେଖାଏଁ ରେକର୍ଡ଼ ହୋଇଛି।

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories