www.samajalive.in
Sunday, December 14, 2025
19.1 C
Bhubaneswar

ଆଜିଠୁ ୩ ଦିନ ପ୍ରବଳ ବର୍ଷା

ଭୁବନେଶ୍ବର : ମିଆଁମାର ଉପକୂଳ ତତ୍‌ ସଂଲଗ୍ନ ମାର୍ଟାବାନ ଉପକୂଳ ଅଞ୍ଚଳରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ଶୁକ୍ରବାର ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ପାଣିପାଗ ବିଭାଗ ଆକଳନ କରିଛି, ଏହା ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ଅବପାତ ରୂପ ନେଇପାରେ। ପରବର୍ତ୍ତୀ ୪୮ ଘଣ୍ଟାରେ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି କରି ଉପକୂଳ ଓଡ଼ିଶା ଅତିକ୍ରମ କରିବ। ଏହାର ପ୍ରଭାବରେ ଆସନ୍ତାକାଲି(ଶନିବାର)ଠାରୁ ବର୍ଷା ଆରମ୍ଭ ହୋଇଯିବ। ୨୮ ତାରିଖ ପର୍ଯ୍ୟନ୍ତ ବର୍ଷା ପ୍ରକୋପ ରହିବ। ରବିବାର ଏବଂ ସୋମବାର ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶାର କେତେକ ଅଞ୍ଚଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶା ଅଳ୍ପ କେତେକ ସ୍ଥାନରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ହେବ। ଭଦ୍ରକ, କେନ୍ଦ୍ରାପଡା, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ, ଗଞ୍ଜାମ ଏବଂ ଜଗତସିଂହପୁର ଜିଲାରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ମାଲକାନଗିରି,
କୋରାପୁଟ ଏବଂ ରାୟଗଡା ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ବଜ୍ରପାତ ସହ ବର୍ଷା ହେବ। ଉପରୋକ୍ତ ଜିଲାଗୁଡିକୁ ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ହଳଦିଆ ଚେତାବନୀ (ୟେଲୋ ୱାର୍ଣ୍ଣିଂ) ଜାରି କରାଯାଇଛି। ଲଘୁଚାପ ଘନୀଭୂତ ହୋଇ ଉପକୂଳ ଓଡ଼ିଶାରେ ପହଞ୍ଚିବା ପରେ ବର୍ଷାର ପରିମାଣ ବୃଦ୍ଧି ପାଇବ। ୨୬ ଓ ୨୭ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ୨୬ରେ କନ୍ଧମାଳ, ଗଞ୍ଜାମ, ରାୟଗଡା ଓ ଗଜପତି ଜିଲାରେ ଅତି ପ୍ରବଳ ବର୍ଷା ହେବାକୁ ଥିବାରୁ ନାଲିଆ ଚେତାବନୀ ଦିଆଯାଇଛି। ଉପରୋକ୍ତ ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ୨୦ ସେଣ୍ଟିମିଟର ବର୍ଷା ହୋଇପାରେ। କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାକୁ ଥିବାରୁ କମଳା ଚେତାବନୀ ଜାରି ହୋଇଛି। ଭଦ୍ରକ, କେନ୍ଦ୍ରାପଡା, ଯାଜପୁର, ଢେଙ୍କାନାଳ, ବୌଦ୍ଧ, ସୋନପୁର, ବଲାଙ୍ଗୀର ଓ ନୂଆପଡା ଜିଲାକୁ ହଳଦିଆ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ। ୨୭ରେ ନୂଆପଡା, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ରାୟଗଡା, କୋରାପୁଟ ଓ ମାଲକାନଗିରି ଜିଲାର ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏସବୁ ଜିଲାକୁ କମଳା ଚେତାବନୀ ଜାରି କରାଯାଇଛି। ବୌଦ୍ଧ, ବଲାଙ୍ଗୀର, ସୋନପୁର, ଗଞ୍ଜାମ, ଗଜପତି ଓ ନୟାଗଡ ଜିଲାରେ ପ୍ରବଳ ବର୍ଷିବ ଲଘୁଚାପ। ଉପରୋକ୍ତ ଜିଲାକୁ ହଳଦିଆ ଚେତାବନୀ ଦିଆଯାଇଛି। ଅତି ପ୍ରବଳ ବର୍ଷା ଯୋଗୁଁ ସହରାଞ୍ଚଳ ଓ ଗ୍ରାମାଞ୍ଚଳ ତଳିଆ ଅଞ୍ଚଳରେ ପାଣି ଜମିପାରେ। କଚ୍ଚା ଘର ଓ ରାସ୍ତା ଧୋଇ ହେବା ସମ୍ଭାବନା ରହିଛି। ନଦୀରେ ଜଳପତ୍ତନ ବୃଦ୍ଧି ହେବ। ଫସଲ କ୍ଷତି ହେବ। ସୁରକ୍ଷିତ ଭାବେ ଘରେ ରହିବାକୁ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି। ୨୮ରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୂଆପଡା, କଳାହାଣ୍ଡି ଓ ବଲାଙ୍ଗୀର ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷିବ ଲଘୁଚାପ। ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି।
ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଉତ୍ତର ବଙ୍ଗୋପସାଗରକୁ ୨୫ ଓ ୨୬, ଉପକୂଳ ଓଡ଼ିଶାର ଉତ୍ତର ପଶ୍ଚିମ ପାର୍ଶ୍ବବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରକୁ ୨୬ ଓ ୨୭ରେ ମତ୍ସ୍ୟଜୀବୀ ପ୍ରବେଶ ନକରିବାକୁ ପାଣିପାଗ ବିଭାଗ ପରାମର୍ଶ ଦେଇଛି। ଉପରୋକ୍ତ ଅଞ୍ଚଳରେ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବ। ଝଟକା ପବନ ର ବେଗ ଘଣ୍ଟା ପ୍ରତି ୬୦ କିମି ଛୁଇଁପାରେ। ଲଘୁଚାପ ଜନିତ ଅତି ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ସମସ୍ତ ଜିଲାପାଳ ଓ ମହାନଗର ନିଗମ ଆୟୁକ୍ତ ସତର୍କ ରହିବା ପାଇଁ ସ୍ବତନ୍ତ୍ର ରିଲିଫ୍‌ ଆୟୁକ୍ତ (ଏସ୍‌ଆରସି) ପରାମର୍ଶ ଦେଇଛନ୍ତି।

Hot this week

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

Related Articles

Popular Categories