www.samajalive.in
Monday, December 8, 2025
17.1 C
Bhubaneswar

୨୪ଘଣ୍ଟାରେ ଲଘୁଚାପ ; ଦୁଇ ଦିନ ବର୍ଷା ସମ୍ଭାବନା

ଭୁବନେଶ୍ୱର : ପଶ୍ଚିମବଙ୍ଗ ଏବଂ ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ଦକ୍ଷିଣ-ପଶ୍ଚିମ ଦିଗରେ ଗତି କରୁଛି। ଏହାର ଅଧିକ ଘନୀଭୂତ ହେବା ସହିତ ଆସନ୍ତା ୨୪ଘଣ୍ଟା ମଧ୍ୟରେ ପଶ୍ଚିମବଙ୍ଗ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ଆସନ୍ତା ଦୁଇ ଦିନ ଧରି ରାଜ୍ୟବ୍ୟାପୀ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଶନିବାର ରାତିରେ ଭୁବନେଶ୍ବରରେ ପ୍ରବଳ ବର୍ଷା ହୋଇଛି। ରାତି ତମାମ ବର୍ଷା ଯୋଗୁଁ ଅନେକ ଅଞ୍ଚଳରେ ପାଣି ଜମି ରହିଛି।

- Advertisement -

ଘୂର୍ଣ୍ଣିବଳୟ ଓ ଲଘୁଚାପ ପ୍ରଭାବରେ ମୌସୁମି ସକ୍ରିୟ ହେବା ସହିତ ଆସନ୍ତା ୨୪ଘଣ୍ଟା ମଧ୍ୟରେ ବାଲେଶ୍ବର, ମୟୂରଭଞ୍ଜ, ଭଦ୍ରକ ଓ କେନ୍ଦୁଝରର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ସେହିପରି ଯାଜପୁର, କଟକ, ଢ଼େଙ୍କାନାଳ, ସୁନ୍ଦରଗଡ଼, କେନ୍ଦ୍ରାପଡ଼ା, ନୟାଗଡ଼, ଅନୁଗୋଳ, ଖୋର୍ଦ୍ଧା, ଜଗତସିଂହପୁର, ପୁରୀ, ଗଜପତି, ଗଞ୍ଜାମ, ମାଲକାନଗିରି, କୋରାପୁଟ ଓ ରାୟଗଡ଼ାର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଏହାଛଡ଼ା ପ୍ରାୟ ୧୫ଟି ଜିଲାରେ ଘଡ଼ଘଡ଼ି ସହିତ ବର୍ଷାର ସମ୍ଭାବନା ରହିଛି।
୧୯ତାରିଖରେ କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ବରଗଡ଼, ଝାରସୁଗୁଡ଼ାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଥିବାବେଳେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର ୧୩ରୁ ଅଧିକ ଜିଲାରେ ବର୍ଷାର ସମ୍ଭାବନା ରହିଛି। ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନରେ ଘଡ଼ଘଡ଼ି ସହିତ ବର୍ଷା ହେବା ସହିତ ମୟୂରଭଞ୍ଜ, ଢ଼େଙ୍କାନାଳ, ଅନୁଗୋଳ, ବୌଦ୍ଧ, ସୋନପୁର, ନୂଆପଡ଼ା, ବଲାଙ୍ଗୀର, କୋରାପୁଟ, ରାୟଗଡ଼ା, କଳାହାଣ୍ଡି ଓ କନ୍ଧମାଳରେ ମଧ୍ୟ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ପରବର୍ତ୍ତୀ ଦୁଇ ଦିନରେ ବର୍ଷା ପ୍ରଭାବ କମିଗଲେ ମଧ୍ୟ ଅଳ୍ପ କିଛି ସ୍ଥାନରେ ବର୍ଷା ହୋଇପାରେ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂତ୍ରରୁ ଜଣାପଡ଼ିଛି। ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀ ସମୁଦ୍ରକୁ ନଯିବା ପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କ କରିଦିଆଯାଇଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories