www.samajalive.in
Monday, December 8, 2025
14.1 C
Bhubaneswar

ଅଗଷ୍ଟ ୭ ତାରିଖରେ ଓଡ଼ିଶା ଉପକୂଳରେ ଲଘୁଚାପ ସମ୍ଭାବନା: ସିଇସି

ଭୁବନେଶ୍ୱର : ବଙ୍ଗୋପ ସାଗର ଏବଂ ତତ୍‌ସଂଲଗ୍ନ ଓଡ଼ିଶା ଉପକୂଳରେ ଅଗଷ୍ଟ ୪ କିମ୍ବା ୫ ତାରିଖ ସୁଦ୍ଧା ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ଥିବା ବେଳେ ଅଗଷ୍ଟ ୭ ତାରିଖ ସୁଦ୍ଧା ଏହା ଲଘୁଚାପରେ ପରିଣତ ହେବାର ସମ୍ଭାବନା ଅଛି ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର (ସିଇସି) ପକ୍ଷରୁ ସୂଚନା ଦିଆଯାଇଛି ।

ସିଇସି ପକ୍ଷରୁ ଜାରୀ ହୋଇଥିବା ଏକ ବୁଲେଟିନ୍‌ ଅନୁଯାୟୀ ଅଗଷ୍ଟ ୯ ତାରିଖ ବେଳକୁ ଏହା ଗଭୀର ଅବପାତ ଅର୍ଥାତ୍‌ ଡିପ୍‌ ଡିପ୍ରେସନ୍‌ରେ ପରିଣତ ହୋଇପାରେ ।

- Advertisement -

ଅଗଷ୍ଟ ୭ ତାରିଖରୁ ୯ ତାରିଖ ମଧ୍ୟରେ ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ବେଳେ ପରବର୍ତୀ ସମୟରେ ଆଭ୍ୟନ୍ତରୀଣ ଏବଂ ଉତର ଓଡ଼ିଶା ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ସିଇସି ପକ୍ଷରୁ କୁହାଯାଇଛି ।

ବର୍ତମାନ ଜାରୀ ରହିଥିବା ଶୁଖିଲା ପାଗ ଅଗଷ୍ଟ ୩ ତାରିଖ ପର୍ଯ୍ୟନ୍ତ ରହିବାର ସୂଚନା ଥିବା ବେଳେ ଏହା ପରେ କେଉଁଠି କେଉଁଠି ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଛି । ତେବେ ଅଗଷ୍ଟ ୩ ତାରିଖରୁ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ସିଇସି ସୂଚନା ଦେଇଛି ।

ପ୍ରବଳ ବର୍ଷା ସମୟରେ କୃଷକମାନେ ଧାନ ରୋପଣ କରିପାରିବେ ବୋଲି ସିଇସି ବୁଲେଟିନ୍‌ରେ କୁହାଯାଇଛି ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories