www.samajalive.in
Saturday, December 13, 2025
21.1 C
Bhubaneswar

ଚାରି ଦିନ ବର୍ଷା ସମ୍ଭାବନା

ଭୁବନେଶ୍ବର : ମୌସୁମି ସକ୍ରିୟ ଥିବାରୁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ଲାଗିରହିଛି। ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ରହିଛି। ତେବେ ମୌସୁମି ଟ୍ରଫଲାଇନ ଓ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୪ଦିନ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ଲାଗିରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।
ଆସନ୍ତାକାଲି ଉତ୍ତର ଏବଂ ଦକ୍ଷିଣ ଉପକୂଳର ଅଧିକାଂଶ ଅଞ୍ଚଳରେ ବର୍ଷା ହେବ। ଝାରସୁଗୁଡ଼ା,
ସମ୍ବଲପୁର, ଢ଼େଙ୍କାନାଳ, ଅନୁଗୋଳ , ଦେବଗଡ଼, କଟକ, ଯାଜପୁର, ଭଦ୍ରକ, ଖୋର୍ଦ୍ଧା, କନ୍ଧମାଳ, ନୟାଗଡ଼
ସମେତ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ମଧ୍ୟ କିଛି ସ୍ଥାନରେ ଘଡ଼ଘଡ଼ି ସହିତ ଅଧିକ ବର୍ଷାର ସମ୍ଭାବନା ରହିଛି। ୧୨ତାରିଖରେ ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନରେ ଏବଂ କେନ୍ଦୁଝର, ମୟୂରଭଞ୍ଜ ଓ କନ୍ଧମାଳର କିଛି ସ୍ଥାନରେ ବର୍ଷାର ସମ୍ଭାବନା ଥିବାବେଳେ ୧୩ରେ ଉପକୂଳ ଓଡ଼ିଶା ସମେତ କୋରାପୁଟ, ମାଲକାନଗିରି, ରାୟଗଡ଼ା, କନ୍ଧମାଳ ଆଦି ଅଞ୍ଚଳରେ ବର୍ଷା ହେବ। ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜରେ ଅଧିକ ବର୍ଷା ହୋଇପାରେ। ୧୪ରେ ଉଭୟ ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ବିକ୍ଷିପ୍ତ ଭାବେ ବର୍ଷାର ସମ୍ଭାବନା ରହିଛି। ବିଶେଷ କରି କୋରାପୁଟ, ନବରଙ୍ଗପୁର, ମାଲକାନଗିରି, ଭଦ୍ରକ,
କେନ୍ଦ୍ରାପଡ଼ା ଓ ଯାଜପୁରରେ ଅଧିକ ବର୍ଷାର ସମ୍ଭାବନା ରହିଛି। ଗତ ୨୪ଘଣ୍ଟା ଭିତରେ ଭବାନିପାଟଣାରେ ସର୍ବାଧିକ ୫୬ମିମି ବର୍ଷା ହୋଇଥିବାବେଳେ ଭୁବନେଶ୍ବର, ଚାନ୍ଦବାଲି, ଅନୁଗୋଳ, ସୋନପୁରରେ ମଧ୍ୟମ ଧରଣର ବର୍ଷା ହୋଇଥିବା ଖବର ମିଳିଛି।

Hot this week

ସ୍ତ୍ରୀର ପରକୀୟା ପ୍ରୀତି ଧରାପଡିବାରୁ ସ୍ୱାମୀକୁ ହତ୍ୟା କଲା

ନୟାଗଡ଼ - ନୟାଗଡ ଖଣ୍ତପଡା ପୁଆଣିଆ ଗାଁରେ ସ୍ଵାମୀକୁ ସ୍ତ୍ରୀ ହତ୍ୟା...

ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ

ସମାଜ ନ୍ୟୁଜ ଡେସ୍କ- ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ...

ସମ୍ମାନର ସହିତ ମୃତ୍ୟୁର ଅଧିକାର! -ଇଚ୍ଛାମୃତ୍ୟୁ ପାଇଁ ସୁପ୍ରିମକୋର୍ଟରେ ଆବେଦନ

ନୂଆଦିଲ୍ଲୀ - ଗାଜିଆବାଦର ବାସିନ୍ଦା ଅଶୋକ ରାଣା ଏବଂ ନିର୍ମଳା ରାଣା...

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

Related Articles

Popular Categories