ଉପକୂଳ ଓଡ଼ିଶାରେ ବର୍ଷା ସମ୍ଭାବନା

ସମାଜ ପୋର୍ଟାଲ ଡେସ୍କ: ମଧ୍ୟପ୍ରଦେଶରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ଘୂର୍ଣ୍ଣିଝଡ଼ ସହିତ ବର୍ଷାର ସମ୍ଭାବନାରହିଛି। ଆସନ୍ତାକାଲି ଉପକୂଳ ଓଡ଼ିଶା ସମେତ କେନ୍ଦୁଝର, ମୟୂରଭଞ୍ଜ, ବଲାଙ୍ଗିର, ସୁବର୍ଣ୍ଣପୁର, ବୌଦ, କନ୍ଧମାଳ, ରାୟଗଡ଼ା, ଢେଙ୍କାନାଳରେ ଘଡ଼ଘଡ଼ି ସହିତ ବର୍ଷା ଏବଂ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି।

ସେହିପରି ଆସନ୍ତା ଶୁକ୍ରବାର କୋରାପୁଟ, ମାଲକାନଗିରି, ରାୟଗଡ଼ା, କନ୍ଧମାଳ, ନବରଙ୍ଗପୁର, ମୟୂରଭଞ୍ଜ, କେନ୍ଦୁଝର, ବାଶ୍ୱେର, ଗଞ୍ଜାମ ଓ ଗଜପତିରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ଘୂର୍ଣ୍ଣିଝଡ଼ ଓ ବର୍ଷା ସମ୍ଭାବନା ଥିବାରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ପାଣିପାଗ ବିଭାଗ ପକ୍ଷରୁ ୟୋଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Comments are closed.