www.samajalive.in
Monday, December 15, 2025
17.1 C
Bhubaneswar

ଉପକୂଳରେ ବର୍ଷା ସମ୍ଭାବନା

ଭୁବନେଶ୍ବର : ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଆନ୍ଧ୍ରପ୍ରଦେଶ ଉପକୂଳରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ରବିବାର ଉପକୂଳ ଓଡ଼ିଶାର ପ୍ରାୟ ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି। ବୌଦ୍ଧରେ ସର୍ବାଧିକ ୩୫ ମିମି ବର୍ଷା ରେକର୍ଡ ହୋଇଥିବାବେଳେ ବଲାଙ୍ଗୀର ୩୨.୫ମିମି, ବାଲେଶ୍ବର ୨୯.୮ମିମି ଏବଂ ହୀରାକୁଦ ୨୬.୨ମିମି ବର୍ଷା ହୋଇଛି। ପୁରୀ, ଅନୁଗୋଳ, ବାରିପଦା, କେନ୍ଦୁଝର, ସମ୍ବଲପୁର, ସୁନ୍ଦରଗଡ, ତାଳଚେର, ଭବାନୀପାଟଣା, ଟିଟିଲାଗଡ ଏବଂ ମାଲକାନଗିରିର କିଛି ଅଞ୍ଚଳରେ ବର୍ଷା ହୋଇଥିଲା। ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ, ଆଜି ଉତ୍ତର-ପୂର୍ବ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଉଭୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୪ଦିନ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ହେବ। ୪ ତାରିଖରେ ଉପକୂଳ ଓ ଦକ୍ଷିଣ ଓଡ଼ିଶାର ଜିଲାଗୁଡିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ସତର୍କ କରାଇଛି।
ଆସନ୍ତା ୨୪ ଘଣ୍ଟାରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ, ଅନୁଗୋଳ ଏବଂ ଢେଙ୍କାନାଳ ପ୍ରଭୃତି ୧୭ ଜିଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories