www.samajalive.in
Monday, December 15, 2025
26.1 C
Bhubaneswar

ଦକ୍ଷିଣ ଚୀନ୍‌ ସାଗରରେ ବାତ୍ୟା ଓଡିଶାରେ ପ୍ରଭାବ- ଦଶହରାରେ ଭିଜିବ ଓଡ଼ିଶା

ଭୁବନେଶ୍ୱର: ଚଳିତ ବର୍ଷ ଦୁର୍ଗା ପୂଜାର ମାହୋଲ ଟିକେ ଫିକା ପଡ଼ିବାର ସମ୍ଭାବନା ରହିଛି । କାରଣ ଏଥର ଦଶହରାରେ ଭିଜିବ ଓଡ଼ିଶା । ଦକ୍ଷିଣ ଚୀନ ସାଗରରେ ବାତ୍ୟା ବା ଟାଇଫୁନ ନୋରୁର ପ୍ରଭାବରେ ଆସନ୍ତା ଅକ୍ଟୋବର ୨ ରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହି ଲଘୁଚାପ ଯୋଗୁ ଓଡ଼ିଶାରେ ପୂଜା ସମୟରେ ବର୍ଷା ହୋଇପାରେ ।

ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଏବଂ ଜଳବାୟୁ କେନ୍ଦ୍ରର ସୂଚନା ଅନୁଯାୟୀ ଟାଇଫୁନ ନୋରୁ ପ୍ରଭାବରେ ପୂର୍ବ କେନ୍ଦ୍ର ବଙ୍ଗୋପସାଗର ଏବଂ ଏହାର ସଂଲଗ୍ନ ମ୍ୟାମାଁର ଉପକୂଳରେ ଏକ ଅପର ଏଆର ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ଥିବାବେଳେ ଏହା ଉତ୍ତର ପଶ୍ଚିମ ଆଡକୁ ଗତି କରିବ ବୋଲି ଆଶା କରାଯାଉଛି । ବାଂଲା ଦେଶ ଉପକୂଳର ନିକଟବର୍ତୀ ଅଂଚଳରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଥିବାବେଳେ ଏହା ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି କରି ଅକ୍ଟୋବର ୩ ସୁଦ୍ଧା ଉତର ଓଡ଼ିଶା ଉପକୂଳ ଆଡକୁ ଆସିବ ଏବଂ ଠିକ ତାର ପରଦିନ ପଶ୍ଚିମ ଓଡ଼ିଶା ମୁହାଁ ହେବ ବୋଲି ଜଣାପଡ଼ିଛି ।

- Advertisement -

ଏହାର ପ୍ରଭାବରେ ଓଡ଼ିଶାର ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, କଟକ, କେନ୍ଦ୍ରାପଡା, ଯାଜପୁର, ଭଦ୍ରକ, ବାଲେଶ୍ୱର, ମୟୁରଭଞ୍ଜ, କେନ୍ଦୁଝର, ଢ଼େଙ୍କାନାଳ ଏବଂ ଅନୁଗୁଳରେ ଅକ୍ଟୋବର ୨ ରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାବେଳେ ଉପକୂଳ ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ଅକ୍ଟୋବର ୩ ରେ ଖୋର୍ଦ୍ଧା, କଟକ, ଯାଜପୁର, ନୟାଗଡ଼, ଢ଼େଙ୍କାନାଳ, ଅନୁଗୁଳ, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗୀର, ସୋନପୁର, ବୌଦ, ସମ୍ବଲପୁର, ଦେବଗଡ଼, ବରଗଡ଼, କେନ୍ଦୁଝର ଏବଂ ସୁନ୍ଦରଗଡ଼ ପ୍ରଭୃତି ଜିଲ୍ଲାଗୁଡିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ଆଜିଠାରୁ ଆସନ୍ତା ୧ ତାରିଖ ପର୍ଯ୍ୟନ୍ତ ବର୍ଷା ଜାରି ରହିବାର ସମ୍ଭାବନା ଥିବାବେଳେ ଅକ୍ଟୋବର ୪ ରୁ ୬ ତାରିଖ ସାରା ଓଡ଼ିଶାରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ତେବେ ମଡେଲଗୁଡିକ ଏହି ସିଷ୍ଟମ ଅଧିକ ତୀବ୍ରତର ହେବା ବିଷୟରେ କୌଣସି ସୂଚନା ପ୍ରଦାନ କରୁନାହାନ୍ତି ।

Hot this week

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

Related Articles

Popular Categories