www.samajalive.in
Tuesday, December 9, 2025
17.1 C
Bhubaneswar

୨୩ରେ ଲଘୁଚାପ

ଭୁବନେଶ୍ୱର: ଆସନ୍ତା ୨୩ ତାରିଖରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବ। ଉତ୍ତର ତାମିଲନାଡ଼ୁ ଓ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳରେ ଏହାର କେନ୍ଦ୍ର ରହିବ। ଏହାର ପ୍ରଭାବରେ ୨୪ ତାରିଖରୁ ଓଡ଼ିଶାର ବିଭିନ୍ନ ଜିଲାରେ ବର୍ଷା ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ହସ୍ତଗତ ସୂଚନା ଅନୁସାରେ ଉତ୍ତର ପୂର୍ବ ମୌସୁମି ବାୟୁ ପ୍ରବେଶ କରିବା ପରେ ତାମିଲନାଡ଼ୁ, କେରଳ, କର୍ଣ୍ଣାଟକ ଓ ଆନ୍ଧ୍ର ପ୍ରଦେଶରେ ମୌସୁମି ବାୟୁ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୨୩ ତାରିଖରୁ ପଶ୍ଚିମ କେନ୍ଦ୍ରୀୟବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଅଛି। ଫଳରେ ଆସନ୍ତା କାଲି ଠାରୁ ତାମିଲନାଡ଼ୁ ଓ ଆନ୍ଧ୍ରପ୍ରଦେଶର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ତେବେ ବୁଧବାର ପର୍ଯ୍ୟନ୍ତ ଓଡ଼ିଶାରେ ପାଗ ମୁଖ୍ୟତଃ ଶୁଖିଲା ରହିବ। ବଙ୍ଗୋପ ସାଗରରେ ଲଘୁଚାପ ପ୍ରଭାବରେ ଗୁରୁବାର ସକାଳୁ ବର୍ଷା ଆରମ୍ଭ ହେବ। ବିଶେଷକରି ଗଜପତି, ଗଞ୍ଜାମ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories