www.samajalive.in
Sunday, December 7, 2025
14.1 C
Bhubaneswar

୨୫ରେ ବଢ଼ିବ ବର୍ଷା -ପଶ୍ଚିମରେ ବର୍ଷିବ ପଶ୍ଚିମା ଝଡ଼ 

ଭୁବନେଶ୍ବର: ଆଫଗାନିସ୍ତାନ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସକ୍ରିୟ ଥିବା ପଶ୍ଚିମା ଝଡ ପ୍ରଭାବରେ ଗୁରୁବାରଠାରୁ ପଶ୍ଚିମ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ୨୫ ତାରିଖରୁ ପଶ୍ଚିମ-ହିମାଳୟ ଅଞ୍ଚଳରେ ଆଉ ଏକ ପଶ୍ଚିମା ଝଡ ସକ୍ରିୟ ରହିପାରେ। ଏହାର ପ୍ରଭାବରେ ବର୍ଷାର ପରିମାଣ ବୃଦ୍ଧି ପାଇବ। କିଛି ଜିଲାରେ ବିଜୁଳି ଘଡଘଡି ସହ ବର୍ଷା ହୋଇପାରେ ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି।

ପାଣିପାଗ ବିଭାଗର ଆକଳନ ଅନୁଯାୟୀ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବରଗଡ, ଝାରସୁଗୁଡା, ସୁନ୍ଦରଗଡ, ସମ୍ବଲପୁର, ଦେବଗଡ, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ବଜ୍ରପାତ ସହ ହାଲୁକାରୁ ମଧ୍ୟମ ଧରଣ ବର୍ଷା ହୋଇପାରେ। ୨୫ରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବିଜୁଳି ଘଡଘଡି ସହିତ ବର୍ଷା ହେବାକୁ ଥିବାବେଳେ ସୁନ୍ଦରଗଡ, ଦେବଗଡ, ଅନୁଗୋଳ ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ ଏବଂ ବାଲେଶ୍ବର ଜିଲାରେ ବର୍ଷାର ପରିମାଣ ବଢ଼ିବ। ବର୍ଷା ଏବଂ ବଜ୍ରପାତକୁ ଦୃଷ୍ଟିରେ ରଖି ଉପରୋକ୍ତ ଜିଲାଗୁଡିକୁ ହଳଦିଆ ସତର୍କ ସୂଚନା ଜାରି କରାଯାଇଛି। ଆସନ୍ତା ୫ଦିନ ପର୍ଯ୍ୟନ୍ତ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ରାଜ୍ୟର ସମସ୍ତ ସ୍ଥାନରେ ସର୍ବାଧିକ ତାପମାତ୍ରା ୩୦ ଡିଗ୍ରୀ ଉପରେ ଥିବାବେଳେ ସର୍ବନିମ୍ନ ତାପମାତ୍ରା ଫୁଲବାଣୀରେ ୧୦ ଡିଗ୍ରୀ, ସୁବର୍ଣ୍ଣପୁର ରେ ୧୧.୯, ଦାରିଙ୍ଗବାଡିରେ ୧୨.୫ ଏବଂ ଭୁବନେଶ୍ବରରେ ୨୧.୬ ଡିଗ୍ରୀ ରେକର୍ଡ କରାଯାଇଛି।

Hot this week

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

Related Articles

Popular Categories