www.samajalive.in
Friday, December 12, 2025
27.1 C
Bhubaneswar

ଦକ୍ଷିଣରେ ଘୂର୍ଣ୍ଣିିବଳୟ : ୪ଦିନ ବର୍ଷା ସମ୍ଭାବନା

ଭୁବନେଶ୍ବର : ଦକ୍ଷିଣ ଓଡ଼ିଶା ଉପକୂଳ ଓ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଗତ ୨୪ ଘଣ୍ଟା ଭିରେ ରାଜ୍ୟର ଅଳ୍ପ କିଛି ଅଞ୍ଚଳରେ ବର୍ଷା ହୋଇଛି। ତେବେ ଆସନ୍ତା ୨୪ଘଣ୍ଟା ଭିତରେ ଦକ୍ଷିଣ ଓଡ଼ିଶା ସମେତ ସୁନ୍ଦରଗଡ଼, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁରର ଅଧିକାଂଶ ଅଞ୍ଚଳରେ ବର୍ଷା ହେବ। କୋରାପୁଟ, ଗଜପତି, ରାୟଗଡ଼ା, କନ୍ଧମାଳ ଓ ସୁନ୍ଦରଗଡ଼ରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଉପକୂଳ ଓଡ଼ିଶା, କନ୍ଧମାଳ, ନବରଙ୍ଗପୁର, ସୁନ୍ଦରଗଡ଼, ଝାରସୁଗୁୁଡ଼ା, ସମ୍ବଲପୁର, ଦେବଗଡ଼,ଅନୁଗୋଳ, ଢ଼େଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜରେ ଘଡ଼ଘଡ଼ି ସହିତ ବର୍ଷା ହେବ।
ଆସନ୍ତା ୪ତାରିଖରେ ଉପକୂଳ ଓଡ଼ିଶା ସମେତ ମାଲକାନଗିରି, କୋରାପୁଟ, ରାୟଗଡ଼ା ଏବଂ ଅନ୍ୟାନ୍ୟ ଜିଲାରେ ମଧ୍ୟମ ଧରଣର ବର୍ଷା ହେବ। ବିଶେ‌ଷ କରି ମାଲକାନଗିରି, କୋରାପୁଟ, ଗଞ୍ଜାମ, କନ୍ଧମାଳ, ନୟାଗଡ଼, ଅନୁଗୋଳ, ଢ଼େଙ୍କାନାଳ, ଜଗତସିଂହପୁର ଓ କେନ୍ଦ୍ରାପଡ଼ାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଆସନ୍ତା ୫ ଓ ୬ ତାରିଖରେ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ଗତ ୨୪ଘଣ୍ଟାରେ ବାଲେଶ୍ବରରେ ୩୩, ତାଳଚେରରେ ୨୭, ମାଲକାନଗିରିରେ ୪୦, ନୟାଗଡ଼ରେ ୪୩ ମିମି ବର୍ଷା ରେକର୍ଡ଼ ହୋଇଛି।

Hot this week

ଝାଡ଼ଖଣ୍ଡରେ ଆତଙ୍କବାଦୀ ସନ୍ଦିଗ୍ଧଙ୍କ ଘରେ ଏନଆଇଏ ରେଡ

ସମାଜ ଲାଇଭ ଡେସ୍କ : ଝାଡ଼ଖଣ୍ଡ ହଜାରିବାଗ ଅଞ୍ଚଳରେ ଆଇଏସଆଇଏସ ଆତଙ୍କି...

ମଣ୍ଡି ଅଚଳାବସ୍ଥା : ତାତିଲେ ଚାଷୀ

ନୂଆପଡ଼ା: ନୂଆପଡା ଜିଲ୍ଲାରେ ଖରିଫ୍‌ ମଣ୍ଡିରେ ଅଚଳାବସ୍ଥା ଲାଗିରହିଛି। ଜିଲ୍ଲାରେ ଗତ...

ଟ୍ରମ୍ପଙ୍କ ସହ ବାଣିଜ୍ୟିକ ଆଲୋଚନା କଲେ ମୋଦୀ

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ...

ନିଆଁ ଆୟତ୍ତ : ନୋ ଲିମିଟ୍ ବାର୍‌କୁ ମିଳିନଥିଲା ଲାଇସେନ୍ସ

ଭୁବନେଶ୍ଵର: ଭୁବନେଶ୍ଵର ସତ୍ୟବିହାର ସ୍ଥିତ ଏକ ବାର୍‌ ରେ ଭୟାବହ ଅଗ୍ନିକାଣ୍ଡ...

ସ୍ତ୍ରୀକୁ ପେଟ୍ରୋଲ ଢାଳି ଜାଳିଦେଲା ସ୍ଵାମୀ

ପାଟଣାଗଡ: ପାଟଣାଗଡ ବେଲପଡା ଥାନା କଟାପାଲି ଗାଁରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି।...

Related Articles

Popular Categories