www.samajalive.in
Sunday, December 7, 2025
16.1 C
Bhubaneswar

ଅଗଷ୍ଟ ୧୮ରୁ ଓଡ଼ିଶାରେ ପୁଣି ଅଧିକ ବର୍ଷା ସମ୍ଭାବନା: ସିଇସି

ଭୁବନେଶ୍ୱର : ଓଡ଼ିଶାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବା ବେଳେ ଅଗଷ୍ଟ ୧୮ ତାରିଖରେ ରାଜ୍ୟର ଉପକୂଳବର୍ତ୍ତୀ  ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସହ ଏହାର ଗୋଟିଏ ଦିନ ପରେ ଏହା ଲଘୁଚାପରେ  ପରିଣତ ହେବାର ସମ୍ଭାବନା ଥିବା ମଙ୍ଗଳବାର ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଏହି ଲଘୁଚାପ ଅଗଷ୍ଟ ୨୦ ତାରିଖ ସକାଳ ପର୍ଯ୍ୟନ୍ତ ସ୍ଥିର ରହିବା ସହ  ଏହା ପରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗ ଆଡକୁ ମୁହାଁଇବ ବୋଲି ସିଇସି ବୁଲେଟିନ୍‌ରେ କୁହାଯାଇଛି ।

ଏହାର ପ୍ରଭାବରେ ଅଗଷ୍ଟ ୧୮ ତାରିଖ ସୁଦ୍ଧା ଓଡ଼ିଶା ଉପକୂଳ ଏବଂ ଏଂହାର ସଂଲଗ୍ନ ଜିଲ୍ଲାଗୁଡ଼ିକରେ ମଧ୍ୟମ ଧରଣର  ବର୍ଷା ହେବାର ଆଶଙ୍କା ଥିବା ବେଳେ ଏହାର ଠିକ୍‌ ଗୋଟିଏ ଦିନ ପରେ ଉତ୍ତର ଓଡ଼ିଶା ଜିଲ୍ଲାଗୁଡ଼ିକରେ  ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

- Advertisement -

ସୁନ୍ଦରଗଡ, ମୟୁରଭଞ୍ଜ, କେନ୍ଦୁଝର, ଦେବଗଡ଼, ବାଲେଶ୍ୱର, ଭଦ୍ରକ, ଯାଜପୁର, ଖୋର୍ଦ୍ଧା, କଟକ, କେନ୍ଦ୍ରାପଡ଼ା,  ଢ଼େଙ୍କାନାଳ, ନୟାଗଡ଼, କନ୍ଧମାଳ ଏବଂ ଅନୁଗୁଳ ଭଳି ଜିଲ୍ଲା ଗୁଡ଼ିକରେ ଲଘୁଚାପର ପ୍ରଭାବ ରହିବ । ସେହିପରି ଅଗଷ୍ଟ  ୧୯ ତାରିଖ ରାତିରୁ ପଶ୍ଚିମ ଓଡ଼ିଶାର ବିଭିନ୍ନ ଜିଲ୍ଲା ଯଥା କଳାହାଣ୍ଡି, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର,  କନ୍ଧମାଳ, ବରଗଡ଼, ସମ୍ବଲପୁର, ସୋନ୍‌ପୁର, ବୌଦ୍ଧ ଏବଂ ଝାରସୁଗୁଡାରେ ପ୍ରବଳ ବର୍ଷା ହେବ ବୋଲି ବୁଲେଟିନ୍‌ରେ କୁହାଯାଇଛି ।

ପଶ୍ଚିମ ଏବଂ ଉତ୍ତର ଓଡ଼ିଶାର ଜିଲ୍ଲାଗୁଡ଼ିକରେ ଏବଂ ମହାନଦୀର ଅପର ଏବଂ ଲୋୟର କ୍ୟାଚ୍‌ମେଂଟ, ବୈତରଣୀ ଓ  ବ୍ରାହ୍ମଣୀ ନଦୀରେ ଅଗଷ୍ଟ ୧୯ ତାରିଖ  ରାତିରୁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଛତିଶଗଡ଼ରେ ଅଗଷ୍ଟ ୧୯ ତାରିଖ ରୁ ୨୧ ତାରିଖ ପର୍ଯ୍ୟନ୍ତ ପ୍ରବଳ ରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହି  ସମୟରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାଗୁଡ଼ିକରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ବର୍ଷାର  ପରିମାଣ ଅଗଷ୍ଟ ୨୧ ତାରିଖରୁ କମିବାର ସମ୍ଭାବନା ରହିଛି ବୋଲି ସିଇସି ପକ୍ଷରୁ ସୂଚନା ଦିଆଯାଇଛି ।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories