ପୁଣି ଭିଜିବ ଓଡିଶା ; ୧୪ରେ ଲଘୁଚାପ!
ଭୁବନେଶ୍ୱର : ପୁଣି ଭିଜିବ ଓଡିଶା। ଆସୁଛି ଲଘୁଚାପ। ଆସନ୍ତା ୧୪ ତାରିଖ ବେଳକୁ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି। ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି। ପରବର୍ତ୍ତୀ ସମୟରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ।୧୬ ବେଳକୁ ଦକ୍ଷିଣ ବଙ୍ଗୋପସାଗରରେ ଘନୀଭୂତ ହେବ। ଘନୀଭୂତ ହୋଇ ଅବପାତର ରୂପ ନେବା ସମ୍ଭାବନା ରହିଛି। ଏନେଇ ଆଜି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।
#୧୪ନଭେମ୍ବର ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଏକ #ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି , ଏହା ପରବର୍ତ୍ତୀ ସମୟରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରି #୧୬ତାରିଖ ବେଳକୁ କେନ୍ଦ୍ରୀୟ ପାର୍ଶ୍ଵବର୍ତ୍ତୀ ଦକ୍ଷିଣ ବଙ୍ଗୋପସାଗର ଅଞ୍ଚଳରେ ଆହୁରି ଘନୀଭୂତ ହୋଇ ଏକ #ଅବପାତ ର ରୂପନେବାର ସମ୍ଭାବନା ରହିଛି | pic.twitter.com/J1Mydj2NaR
— Meteorological Centre, Bhubaneswar (@mcbbsr) November 11, 2023
Comments are closed.