www.samajalive.in
Saturday, December 6, 2025
23.1 C
Bhubaneswar

୧୨ ଘଣ୍ଟାରେ ଆଉ ଏକ ଲଘୁଚାପ ; ଖୋଲିଲା ହୀରାକୁଦର ଆଉ ୪ ଗେଟ୍‍

ଭୁବନେଶ୍ୱର : ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ଲାଗି ରହିଛି ବର୍ଷା। ଫଳରେ ବିଭିନ୍ନ ନଦୀରେ ଜଳସ୍ତର ବୃଦ୍ଧି ପାଇବାକୁ ଲାଗିଛି। ତେବେ ଏହା ମଧ୍ୟରେ ଆଗାମୀ ୧୨ ଘଣ୍ଟାରେ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଆଉ ଏକ ଲଘୁଚାପ ସୃଷ୍ଟି ହେବା ନେଇ ସୂଚନା ମିଳିଛି। ପରବର୍ତ୍ତୀ ୨୪ ଘଣ୍ଟାରେ ଅଧିକ ଘନୀଭୂତ ହୋଇ ଅବପାତ ରୂପ ନେବ। ଫଳରେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡିଶାର ୧୪ ଜିଲାରେ ପ୍ରବଳ ବର୍ଷା ହେବ। ଅଗଶିଷ୍ଟ ୧୬ ଜିଲାରେ ମଧ୍ୟ ଲଘୁଚାପଜନିତ ବର୍ଷା ଲାଗି ରହିବ।
ଏହା ମଧ୍ୟରେ ଲଘୁଚାପ ପ୍ରଭାବରେ ଟ୍ୱିନ ସିଟିରେ ଦିନ ତମାମ ବର୍ଷା ଲାଗି ରହିବ। ପ୍ରବଳ ବର୍ଷା ଯୋଗୁଁ ଟ୍ୱିନ ସିଟିରେ ସହରୀ ବନ୍ୟାର ଆଶଙ୍କା ରହିଛି। ଏନେଇ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ସୂଚନା ଦେଇଛନ୍ତି।ଘଣ୍ଟାକୁ ୨ ରୁ ୩ ସେମି ବର୍ଷା ହେବାର ସମ୍ଭାବନା ରହିଛି। ଫଳରେ ଟ୍ରାଫିକ୍‍ ସମସ୍ୟା ଓ ଯାତାୟତରେ ମଧ୍ୟ ବାଧା ସୃଷ୍ଟି ହେବ। ଏହା ସହ କଟକ ଓ ଭୁବନେଶ୍ୱରର ତଳିଆ ଅଞ୍ଚଳରେ ପାଣି ଜମିବାର ସମ୍ଭାବନା ରହିଛି।
ଉପରମୁଣ୍ଡରେ ବର୍ଷା ଓ ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ବୃଦ୍ଧି କାରଣରୁ ଆଉ ୪ଟି ଗେଟ୍‍ ଆଜି ଖୋଲା ଯାଇଛି। ବର୍ତ୍ତମାନ ମୋଟ ୨୪ଟି ଗେଟ୍‍ ଦେଇ ଜଳନିଷ୍କାସନ ଜାରି ରହିଛି। ବାମ ପଟରୁ ୧୬ଟି ଓ ଡାହାଣ ପଟୁ ୮ଟି ଗେଟ୍‍ ଖୋଲାଯାଇଛି।
ଆଜି ଓ ଆସନ୍ତାକାଲି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ପ୍ରବଳ ବର୍ଷା କାରଣରୁ ୧୬ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା, ନୂଆପଡା, ବୌଦ୍ଧ, ସୋନପୁର, ସମ୍ବଲପୁର, ଅନୁଗୁଳ, ଝାରସୁଗୁଡାକୁ ମଧ୍ୟ ୱାର୍ଣ୍ଣିଂ ଜାରି କରାଯାଇଛି।
ଆସନ୍ତାକାଲି ବର୍ଷାର ପରିମାଣ ଆଜି ଠାରୁ ଆହୁରି ଅଧିକ ହେବ। କାଲି ପଶ୍ଚିମ ଓଡିଶା ଓ ଆଭ୍ୟନ୍ତରର ୧୬ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। କାଲି ବଲାଙ୍ଗୀର, ବରଗଡ, କଳାହାଣ୍ଡି ଓ ସମ୍ବଲପୁରରେ ଅତି ପ୍ରବଳ ବର୍ଷା ହେବ।
ଏହାସହ ୧୫ ତାରିଖରୁ ରାଜ୍ୟରେ ବର୍ଷା ପରିମାଣ କମିବ ବୋଲି ଉମାଶଙ୍କର ଦାସ ସୂଚନା ଦେଇଛନ୍ତି।

 

Hot this week

ଏହି ଗୁଣ ଥିବା ମହିଳାଙ୍କୁ ମିଳେ ଲକ୍ଷ୍ମୀଙ୍କ ଆଶୀର୍ବାଦ: ଘର ହୁଏ ସ୍ୱର୍ଗ

ଚାଣକ୍ୟ ନୀତି: ନୀତି, ଜ୍ଞାନ ଓ ଜୀବନ ପ୍ରବନ୍ଧର ମହାନ ପଣ୍ଡିତ...

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ ବିଦ୍ୟୁତ ଉପଭୋକ୍ତା ମହାସଂଘ କ୍ଷୋଭ

ଭୁବନେଶ୍ୱର: ବିଦ୍ୟୁତ ଗ୍ରାହକଙ୍କ ଠାରୁ ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ...

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

Related Articles

Popular Categories