www.samajalive.in
Sunday, December 7, 2025
13.1 C
Bhubaneswar

୨ ଦିନ କାଳବୈଶାଖୀ ପ୍ରଭାବରେ ବର୍ଷା

ଭୁବନେଶ୍ୱର : ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ଆଜି ଓ ଆସନ୍ତା କାଲି ବର୍ଷା ହେବାରେ ସମ୍ଭବାନା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ରାଜ୍ୟର ଉପକୂଳବର୍ତ୍ତି ଜିଲା ଓ ମାଲକାନଗିରି, ରାୟଗଡା, କନ୍ଧମାଳ, ଜିଲାରେ ମଧ୍ୟ ବର୍ଷା ହେବାର ସମ୍ଭବାନା ରହିଛି। ଏହାସହ ଗୋଟିଏ କିମ୍ବା ୨ଟି ସ୍ଥାନରେ ଘଡଘଡି ସହ ବର୍ଷା ହୋଇ ପାରେ।
ସେହିପରି ଆରବ ସାଗରରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପ ସୃଷ୍ଟି ହେବା ନେଇ ପୂର୍ବାନୁମାନ କରାଯାଇଛି। ଭାରତୀୟ ପାଣିପାଗ କାର୍ଯ୍ୟଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଦକ୍ଷିଣ ପୂର୍ବ ଆରବସାଗରରେ ଘୂର୍ଣ୍ଣିବଳୟ ଦେଖାଦେଇଛି। ଏବେ ଏହା ଘନୀଭୂତ ହୋଇ ଆସନ୍ତା ୨୪ ଘଣ୍ଟାରେ ଲଘୁଚାପର ରୂପ ନେଇପାରେ। ଆସନ୍ତାକାଲି ଲାକ୍ଷାଦୀପ ଉପରେ କେନ୍ଦ୍ରୀଭୂତ ହୋଇ ଅବପାତର ରୂପ ନେଇ ପାରେ। ସାମୁଦ୍ରିକ ଝଡରେ ପରିଣତ ହେବା ପରେ ଏହାର ନାମ ତଉକତେ ରଖାଯାଇଥିବା ବେଳେ ଏହା ଉତ୍ତର-ଉତ୍ତର-ପଶ୍ଚିମ ଦିଗରେ ଗତି କରିବ ବୋଲି ଆକଳନ କରାଯାଉଛି।

 

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories