ଭୁବନେଶ୍ୱର : ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ଦାନା ବାନ୍ଧୁଛି। ଆଜି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ଆସନ୍ତାକାଲି ସୁଦ୍ଧା ଏହା ଅଧିକ ଘନୀଭୂତ ହୋଇ ଉତ୍ତର ଓ ଆଖପାଖ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଏହା ଘନୀଭୂତ ହୋଇ ଲୋ ପ୍ରେସରରେ ପରିଣତ ହେବାର ସମ୍ଭାବନା ରହିଛି। ଲଘୁଚାପ ପ୍ରଭାବରେ ଆସନ୍ତାକାଲି ଠାରୁ ପାଗରେ ପରିବର୍ତ୍ତନ ଘଟିବ। ଉତ୍ତର, ଉପକୂଳ, ଏବଂ ପଶ୍ଚିମ ଓଡିଶାର ଅଧିକାଂଶ ଜିଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଲଘୁଚାପର ପ୍ରଭାବ ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ରହିବ। ସମୁଦ୍ରରେ ଜୁଆର କାରଣରୁ ୧୨ ରୁ ୧୪ ତାରିଖ ଯାଏଁ ସତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବା ପାଇଁ ବାରଣ କରାଯାଇଛି।
Popular Categories



