www.samajalive.in
Saturday, December 6, 2025
16.1 C
Bhubaneswar

୨୪ ଘଣ୍ଟା ପାଇଁ ୭ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର : ରାଜ୍ୟରେ କେତେକ ଜିଲାରେ ଲଘୁଚାପ ଜନିତ ବର୍ଷା ଲାଗି ରହିଛି। ଆସନ୍ତା ୨୪ ଘଣ୍ଟାରେ ବର୍ଷା ପାଇଁ ୭ ଜିଲାକୁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। କୋରାପୁଟ, ମାଲାକାନଗିରି, ନବରଙ୍ଗପୁର, ନୂଆପଡା, କନ୍ଧମାଳ, ବରଗଡ, ରାୟଗଡାରେ ମଧ୍ୟ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ଆଭ୍ୟନ୍ତରୀଣ ଓ ଉପକୂଳର ୧୧ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ସୂଚନା ଯୋଗ୍ୟ,ରାଜ୍ୟରେ ପୁଣି ବଢ଼ିପାରେ ବର୍ଷା । ଉତ୍ତର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ବଙ୍ଗୋସାଗରରେ ଘର୍ଣ୍ଣିବଳୟ ପ୍ରଭାବରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏନେଇ ବିଭାଗ ପକ୍ଷରୁ ଟ୍ୱିଟ୍ କରାଯାଇଥିବା ବେଳେ ଆଗକୁ ବର୍ଷାର ପରିମାଣ ବଢ଼ିପାରେ ବୋଲି ଆଶା କରାଯାଉଛି ।
ପୂର୍ବରୁ ଗତ ୪ ତାରିଖରେ ଏକ ଲଘୁଚାପ ସୃଷ୍ଟି ହୋଇଥିଲା । ସକ୍ରିୟ ଘୂର୍ଣ୍ଣି ବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇଥିବା ନେଇ ସୂଚନା ଦେଇଥିଲା ଭୁବନେଶ୍ୱର ପାଣିପାଗ ବିଭାଗ ।  ଲଘୁଚାପ ପ୍ରଭାବରେ ରାଜ୍ୟ ସାରା ବର୍ଷା ଜାରି ରହିଛି । ପ୍ରବଳ ବର୍ଷାରେ ଉବୁଟୁବୁ ହେଉଛି ବିଭିନ୍ନ ସହର । ହେଲେ ବର୍ତ୍ତମାନ ପୁଣି ଆଉ ଏକ ଲଘୁଚାପ ସୃଷ୍ଟି ହୋଇଥିବା ନେଇ ସୂଚନା ଦିଆଯାଇଛି । ଏହି ଲଘୁଚାପ କ।ରଣରୁ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ଅନୁମାନ କରାଯାଉଛି ।

Hot this week

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

Related Articles

Popular Categories