www.samajalive.in
Friday, December 12, 2025
17.1 C
Bhubaneswar

ଘୂର୍ଣ୍ଣିବଳୟ : ୯ରୁ ବର୍ଷା ସମ୍ଭାବନା

ଭୁବନେଶ୍ବର: ଓଡ଼ିଶା ଉପକୂଳ ଓ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ୯ ତାରିଖ ବେଳକୁ ଏହା ଲଘୁଚାପର ରୂପ ନେଇପାରେ। ଏହାର ପ୍ରଭାବରେ ବର୍ଷା ସହ ପବନ ହେବ। ମତ୍ସ୍ୟଜୀବୀଙ୍କ ପାଇଁ ସତର୍କ ସୂଚନା ଜାରି କରାଯାଇ ଥିବା ବେଳେ ୧୧ ତାରିଖ ଯାଏ ୟେଲୋ ଏବଂ ୧୨ ତାରିଖରେ ବିଭିନ୍ନ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

ଭୁବନେଶ୍ବର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ, ଆସନ୍ତାକାଲି ଉତ୍ତର ଉପକୂଳ ଓଡ଼ିଶା, କେନ୍ଦୁଝର, ମୟୂରଭଞ୍ଜ, ଢ଼େଙ୍କାନାଳ, ଗଞ୍ଜାମ, କନ୍ଧମାଳ, ଗଜପତି, କୋରାପୁଟ, ମାଲକାନଗିରି, ରାୟଗଡ଼ା, ନବରଙ୍ଗପୁର ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। କିଛି ଜିଲାରେ ଘଡ଼ଘଡ଼ି ବର୍ଷା ସହ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ଲଘୁଚାପ ପ୍ରଭାବରେ ୯ ତାରିଖ ପରେ ବର୍ଷା ପରିମାଣ ବୃଦ୍ଧି ପାଇବ। ୧୧ ତାରିଖରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, କନ୍ଧମାଳ, ଗଞ୍ଜାମ, ପୁରୀ, ବୌଦ୍ଧ ଆଜି ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଲଘୁଚାପ ସମୟରେ ସମୁଦ୍ର ଅଶାନ୍ତ ରହିବା ସହ ପବନ ବହିବ। ୧୦ ତାରିଖ ପରଠାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ନଯିବା ପାଇଁ କୁହାଯାଇ ଥିବା ବେଳେ ଯେଉଁମାନେ ସମୁଦ୍ରରେ ଅଛନ୍ତି ୯ ତାରିଖ ସୁଦ୍ଧା ସେମାନେ କୂଳକୁ ଫେରି ଆସିବା ପାଇଁ ସୂଚନା ଜାରି କରାଯାଇଛି। ଆଜି ଟିଟିଲାଗଡ଼ ଓ ମାଲକାନଗିରିରେ ସର୍ବାଧିକ ତାପମାତ୍ରା ଯଥାକ୍ରମେ ୪୧ ଏବଂ ୪୦.୫ ଡିଗ୍ରୀ ରେକର୍ଡ କରାଯାଇ ଥିବା ବେଳେ ଭବାନୀପାଟଣା ଓ ବଲାଙ୍ଗୀରରେ ୩୯.୫, ସୋନପୁରରେ ୩୯.୪, ଅନୁଗୋଳରେ ୩୮.୯, ସମ୍ବଲପୁରରେ ୩୮.୬, କଟକରେ ୩୭.୬, ଭୁବନେଶ୍ବରରେ ୩୪.୪, ପୁରୀରେ ୩୨.୪ ଡିଗ୍ରୀ ରେକର୍ଡ ହୋଇଛି।
ଘୂ

Hot this week

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

ବାଇକ ସ୍କୁଟି ମୁହାଁମୁହିଁ ଧକ୍କା- ୩ ମୃତ ୨ ଗୁରୁତର

ପାଟଣା - ଶୁକ୍ରବାର ସନ୍ଧ୍ୟା ସାଢ଼େ ୬ଟା ସମୟରେ ଘଟଗାଁ ଥାନା...

Related Articles

Popular Categories