www.samajalive.in
Saturday, December 6, 2025
19.1 C
Bhubaneswar

ରାଜ୍ୟର ଅନେକ ସ୍ଥାନ ସହ ଟ୍ୱିନ ସିଟିରେ ଲାଗି ରହିଛି ବର୍ଷା

ଭୁବନେଶ୍ୱର : ରାଜ୍ୟର କେତେକ ସ୍ଥାନ ସହ ଟ୍ୱିନ ସିଟିରେ ଲାଗି ରହିଛି ଲଗାଣ ବର୍ଷା। ଟ୍ୱିନ ସିଟି କଟକ ଓ ଭୁବନେଶ୍ୱରରେ ବର୍ଷା ଲାଗି ରହିଥିବା ବେଳେ ଶନିବାର ସକାଳ ୮ଟା ୩୦ ସୁଦ୍ଧା କଟକରେ ୪୧.୮ ମିମି ବର୍ଷା ରେକର୍ଡ କରାଯାଇଛି। ଭୁବନେଶ୍ୱରରେ ୧୪.୭ ମିମି ବର୍ଷା ରେକର୍ଡ କରାଯାଇଛି। ଲଗାଣ ବର୍ଷା ଯୋଗୁଁ ତଳିଆ ଅଞ୍ଚଳରେ ପାଣି ଜମିଛି। ରାସ୍ତାରେ ପାଣି ଜମିବାରୁ ଗମନାଗମନ ପ୍ରଭାବିତ ହୋଇଛି। ଇସ୍କନ ମନ୍ଦିର ସମ୍ମୁଖରେ ମଧ୍ୟ ପାଣି ଜମି ରହିଛି।

ସେହିପରି ଉତ୍ତର -ପଶ୍ଚିମ ବଙ୍ଗୋପସାଗରରେ ମୌସୁମୀ ସକ୍ରିୟ ରହିଛି। ଫଳରେ ଉପକୂଳ ସମେତ ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ବର୍ଷା ଜାରି ରହିଛି। ସକାଳ ୮ଟା ୩୦ ସୁଦ୍ଧା ପାରାଦୀପରେ ସର୍ବାଧିକ ୧୦୫ ମିମି ବର୍ଷା ରେକର୍ଡ ହୋଇଛି। ପୁରୀରେ ୮୬.୬,ଢେଙ୍କାନାଳ ୭୦, ନୟାଗଡ ୪୩.୧, କେନ୍ଦ୍ରାପଡା ୨୨.୪ ମିମି ବର୍ଷା ରେକର୍ଡ କରାଯାଇଛି।

Hot this week

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

Related Articles

Popular Categories