www.samajalive.in
Sunday, December 7, 2025
23.1 C
Bhubaneswar

ପ୍ରବଳ ବର୍ଷିବ ; ୧୦ ଜିଲାକୁ ରେଡ୍‌‌ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର : ରାଜ୍ୟରେ ଲାଗି ରହିଛି ଲଗାଣ ବର୍ଷା। ଆସନ୍ତା କାଲି ପର୍ଯ୍ୟନ୍ତ ୧୦ ଜିଲାକୁ ରେଡ୍‌‌ ୱାର୍ଣ୍ଣିଂ ଜାରି କରାଯାଇଛି। ସୁନ୍ଦରଗଡ, ଝାରସୁଗୁଡା, ବରଗଡ, ବଲାଙ୍ଗୀର, ସୋନପୁର, ସମ୍ବଲପୁର,ଦେବଗଡ,ଅନୁଗୁଳ,କେନ୍ଦୁଝର,ବୌଦ୍ଧକୁ ରେଡ୍‌‌ ୱାର୍ଣ୍ଣିଂ ଜାରି କରାଯାଇଛି। ଅତ୍ୟନ୍ତ ପ୍ରବଳ ଅର୍ଥାତ ୭ ରୁ ୨୦ ସେମି ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ରହିଛି। ତଳିଆ ଅଞ୍ଚଳରେ ପାଣି ଜମିବା ସହ ଫ୍ଲାସ୍‌‌ ଫ୍ଲଡ୍‌‌ ଆଶଙ୍କା ରହିଛି। ରେଡ୍‌‌ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲାରେ ନଦୀ ଜଳସ୍ତର ବୃଦ୍ଧି ପାଇବା ସମ୍ଭାବନା ରହିଛି। ଆସନ୍ତାକାଲି ପର୍ଯ୍ୟନ୍ତ ଆଉ ୫ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଢେଙ୍କାନାଳ, ମୟୁରଭଞ୍ଜ, ନୂଆପଡା, କଳାହାଣ୍ଡି, କନ୍ଧମାଳକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। କାଲି ପାଇଁ ଆଉ ୬ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବାଲେଶ୍ୱର, ଭଦ୍ରକ, କଟକ, ନୟାଗଡ, ନବରଙ୍ଗପୁର, ଯାଜପୁର କୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

 

Hot this week

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

Related Articles

Popular Categories