www.samajalive.in
Tuesday, December 9, 2025
15.1 C
Bhubaneswar

ଲଘୁଚାପ ପାଇଁ ସତର୍କ କଲେ ଏସ୍‌ଆର୍‌ସି, ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର: ଅକ୍ଟୋବର ୧୯ରେ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି। ଏହାର ପ୍ରଭାବରେ ଅକ୍ଟୋବର ୧୯ରୁ ୨୧ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଏସ୍‌ଆର୍‌ସି ସମସ୍ତ ଜିଲାପାଳଙ୍କୁ ଚିଠି ଲେଖିଛନ୍ତି। ଦକ୍ଷିଣ ଓଡ଼ିଶାରେ ବନ୍ୟା ପାଇଁ ସତର୍କ ରହିବାକୁ ଜିଲାପାଳମାନଙ୍କୁ ପରାମର୍ଶ ଦେଇଛନ୍ତି। ଲଗାଣ ବର୍ଷା ଯୋଗୁ ପାହାଡ଼ିଆ ଅଞ୍ଚଳରେ ଭୁସ୍ଖଳନ ପ୍ରତି ନଜର ରଖିବାକୁ ଜିଲାପାଳମାନେ ସଜାଗ ରହିବାକୁ ଏସ୍‌ଆର୍‌ସି ଚିଠିରେ ଉଲ୍ଲେଖ କରିଛନ୍ତି।
ରାଜ୍ୟରେ ପ୍ରବଳ ବର୍ଷା ନେଇ ଅକ୍ଟୋବର ୨୦ରେ ୨ଟି ଏବଂ ଅକ୍ଟୋବାର ୨୧ରେ ୪ଟି ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ କରାଯାଇଛି। ଅକ୍ଟୋବର ୨୦ ପାଇଁ ଗଞ୍ଜାମ ଓ ଗଜପତି ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଅକ୍ଟୋବର ୨୧ରେ କୋରାପୁଟ, ରାୟଗଡ଼ା, ଗଞ୍ଜାମ ଓ ଗଜପତି ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଅକ୍ଟୋବର ୨୦ରେ ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ପୁରୀକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories