www.samajalive.in
Saturday, December 6, 2025
23.1 C
Bhubaneswar

ବର୍ଷା ପାଇଁ ୧୪ ଜିଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର : ରାଜ୍ୟରେ ଲଘୁଚାପ ପ୍ରଭାବରେ ଅଧିକାଂଶ ସ୍ଥାନରେ ପାଗ କୋହଲା ହେବା ସହ ବର୍ଷା ହୋଇଛି। ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ୧୪ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା, କଳାହାଣ୍ଡି, କନ୍ଧମାଳ, ଗଜପତି, ନୟାଗଡ,ଗଞ୍ଜାମ,ଖୋର୍ଦ୍ଧା, କଟକ, କେନ୍ଦ୍ରାପଡା ,ଜଗତସିଂହପୁର ପୁରୀକୁ ୟେଲୋ ୱାଣ୍ଣିଂ ଜାରି କରାଯାଇଛି।
ସୂଚନା ଯୋଗ୍ୟ,ସକ୍ରିୟ ଘୂର୍ଣ୍ଣିବଳୟ ପଶ୍ଚିମ-କେନ୍ଦ୍ରୀୟ ଏବଂ ଏହାର ପାର୍ଶ୍ବବର୍ତ୍ତୀ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ ରୂପ ନେଇଛି। ଏହା ଆହୁରି ଘନୀଭୂତ ହୋଇ ପରବର୍ତ୍ତୀ ୩୬ଘଣ୍ଟା ମଧ୍ୟରେ ସୁଦୃଶ୍ୟ ଲଘୁଚାପରେ ପରିଣତ ହୋଇପାରେ। ପଶ୍ଚିମ-କେନ୍ଦ୍ରୀୟ ଏବଂ ଏହାର ନିକଟବର୍ତ୍ତୀ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରୁ ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ଉପକୂଳ ଆଡକୁ ମୁଁହାଇ ସ୍ଥଳଭାଗ ଛୁଇଁପାରେ। ବର୍ଷା ପରିମାଣ ବଢି ୧୦ ଓ ୧୧ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏହି ଦୁଇଦିନ ନିମନ୍ତେ ଦକ୍ଷିଣ, ଉପକୂଳ ଏବଂ ପଶ୍ଚିମ ଓଡ଼ିଶାର ବିଭିନ୍ନ ଜିଲାକୁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।
୧୦ରେ ୧୧ ଜିଲାରେ ଅତି ପ୍ରବଳ ବର୍ଷା ଏବଂ ୧୧ରେ ୧୦ ଜିଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି

Hot this week

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

Related Articles

Popular Categories