www.samajalive.in
Sunday, December 7, 2025
26.1 C
Bhubaneswar

ଲଘୁଚାପ ସକ୍ରିୟ, ପ୍ରଭାବରେ ଅଗଷ୍ଟ ୨୮ ପର୍ଯ୍ୟନ୍ତ ପ୍ରବଳ ବର୍ଷା, ୧୧ ଜିଲାକୁ ରେଡ୍‌ ୱାର୍ଣ୍ଣିଂ

ଭୁବନେଶ୍ବର: ଉତ୍ତର ବଙ୍ଗୋପ ସାଗରେ ସୃଷ୍ଟି ଲଘୁଚାପ ସକ୍ରିୟ ରହିଛି। ଏହାର ପ୍ରଭାବରେ ଅଗଷ୍ଟ ୨୮ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବ। ଏଥିପାଇଁ ରାଜ୍ୟର ୧୧ଟି ଜିଲାକୁ ରେଡ୍‌ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଓଡ଼ିଶାର ୮ ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ପୂର୍ବାନୁମାନ କରାଯାଇଛି। ଏଥିପାଇଁ ଏସବୁ ଜିଲାଗୁଡ଼ିକରେ ଅରେଞ୍ଜ୍‌ ୱାର୍ଣ୍ଣିଂ ଜାରି କରାଯାଇଛି। ଉତ୍ତର ଓଡ଼ିଶା, ଦକ୍ଷିଣ ଉପକୂଳ ଓଡିଶା ଏବଂ ଦକ୍ଷିଣ ଆଭ୍ୟନ୍ତରୀଣ ଓଡିଶାର ବିଭିନ୍ନ ଜିଲ୍ଲାରେ ତୁହାକୁ ତୁହା ଝିପିଝିପି ବର୍ଷା ଲାଗି ରହିଛି। ସୁନ୍ଦରଗଡ଼, ଅନୁଗୁଳ, ଢେଙ୍କାନାଳ, ମୟୂରଭଞ୍ଜ, କେନ୍ଦ୍ରାପଡ଼ା ଜଗତସିଂହପୁର, କେନ୍ଦୁଝର ଏବଂ ଦେବଗଡ଼ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବିଶେଷକରି ଉପକୂଳ ଓ ଉତ୍ତର ଓଡ଼ିଶାରେ ବର୍ଷାର ପରିମାଣ ଅଧିକ ରହିବ। ବୁଧବାରଠାରୁ ଆଭ୍ୟନ୍ତରୀଣ ଓଡ଼ିଶାର ୧୫ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାବେଳେ ଉପକୂଳ ଅଞ୍ଚଳରେ ବର୍ଷାର ପରିମାଣ ହ୍ରାସ ପାଇପାରେ। ତେବେ ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରାଯାଇଛି। ଅଗଷ୍ଟ ୨୭ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବା ପାଇଁ ମନା କରାଯାଇଛି ବୋଲି ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

Hot this week

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

Related Articles

Popular Categories