ସୃଷ୍ଟି ହେଲା ଲଘୁଚାପ; ୧ ଯାଏଁ ପ୍ରବଳ ବର୍ଷିବ, ଏହି ଜିଲାକୁ ରେଡ୍ ୱାର୍ଣ୍ଣିଂ ଜାରି..
ଭୁବନେଶ୍ୱର : ଲଘୁଚାପ କ୍ଷେତ୍ର ଯୋଗୁଁ ପହିଲା ଯାଏଁ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଅଗଷ୍ଟ ୩୦ ପାଇଁ ପାଣିପାଗ ବିଭାଗ ପକ୍ଷରୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ମାଲକାନଗିରି, କୋରାପୁଟ, ଗଜପତିକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ରାୟଗଡା, ଗଞ୍ଜାମ, ନବରଙ୍ଗପୁର, କଳାହାଣ୍ଡିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହାସହ ପ୍ରବଳ ବର୍ଷା ନେଇ ଆଉ ୧୧ ଜିଲାକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ନୂଆପଡା, ବଲାଙ୍ଗୀର, ବୌଦ୍ଧ, କନ୍ଧମାଳ, ସୁବର୍ଣ୍ଣପୁର, ବରଗଡ, ନୟାଗଡ, ଖୋର୍ଦ୍ଧା, ପୁରୀ, କଟକ ଓ ଜଗତସିଂହପୁର ଜିଲାକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେଲା। ପଶ୍ଚିମ-ଉତ୍ତରପଶ୍ଚିମକୁ ମୁହାଁଇ କାଲି ସୁଦ୍ଧା ହେବ ସୁଦୃଶ୍ୟ ଲଘୁଚାପ ।ପରେ ଏହା ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଓଡିଶା ଉପକୂଳକୁ ଗତି କରିବ । ଦୁଇ ଦିନରେ ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହେବା ସମ୍ଭାବନା ରହିଛି।
ଆଜି ଏକାଦଶୀରେ ହେଉଛି ଅତ୍ୟନ୍ତ ଶୁଭ ସଂଯୋଗ; ଏହି ୫ ରାଶିଙ୍କ ଚମକିବ ଭାଗ୍ୟ, ହେବ ବଡ ଲାଭ..
Comments are closed.