www.samajalive.in
Saturday, December 6, 2025
23.1 C
Bhubaneswar

୨୪ ଘଣ୍ଟାରେ ତାଳଚେରରେ ସର୍ବାଧିକ ବର୍ଷା ରେକର୍ଡ

ଭୁବନେଶ୍ୱର : ଲଘୁଚାପ ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ତୁହାକୁ ତୁହା ବର୍ଷା ଲାଗି ରହିଛି । ଗତ ୨୪ ଘଣ୍ଟାରେ ତାଳଚେରରେ ସର୍ବାଧିକ ୧୫୫ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ବାଲିକୁଦାରେ ୧୦୫, ଜଗତସିଂହପୁର ୯୯.୧, ଉଦଳାରେ ୯୪ ମିମି ବର୍ଷା ରେକର୍ଡ କରାଯାଇଛି। କପ୍ତିପଦା ୯୨, ଗୋପ ୯୧, କେନ୍ଦୁଝରଗଡରେ ୮୯, କଙ୍କଡାହାଡ ୮୪.୪, ମହାକାଳପଡା ୮୦, ଅନୁଗୁଳରେ ୬୯ ମିିମି ବର୍ଷା ରେକର୍ଡ ହୋଇଛି।
ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ଆଜି ପୁରୀ, ଖୋର୍ଦ୍ଧା, ଜଗସିଂହପୁର, କଟକ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ଭୁବନେଶ୍ଵରରେ ମଧ୍ୟ ଘଡଘଡି ସହ ପ୍ରବଳ ବର୍ଷା ହୋଇପାରେ। ସେପଟେ ବର୍ଷା ଯୋଗୁଁ କୋଣାର୍କ ସୂର୍ଯ୍ୟ ମନ୍ଦିରର ଉତ୍ତର ପାର୍ଶ୍ବରେ ୧ ଫୁଟର ପାଣି ଜମିରହିଛି।  ଫଳରେ ପର୍ଯ୍ୟଟକମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ପରିସ୍ଥିତିକୁ ଦେଖି ପମ୍ପ ସେଟ୍ ଲଗାଇ ପାଣି ନିଷ୍କାସନ ପାଇଁ ଉଦ୍ୟମ ଜାରି ରହିଛି।

ସ୍ପଷ୍ଟ ଦିବାଲୋକରେ ବୃଦ୍ଧାଙ୍କୁ ହତ୍ୟା

- Advertisement -

 

Hot this week

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

Related Articles

Popular Categories