ଭୁବନେଶ୍ୱର : ଲଘୁଚାପ ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ତୁହାକୁ ତୁହା ବର୍ଷା ଲାଗି ରହିଛି । ଗତ ୨୪ ଘଣ୍ଟାରେ ତାଳଚେରରେ ସର୍ବାଧିକ ୧୫୫ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ବାଲିକୁଦାରେ ୧୦୫, ଜଗତସିଂହପୁର ୯୯.୧, ଉଦଳାରେ ୯୪ ମିମି ବର୍ଷା ରେକର୍ଡ କରାଯାଇଛି। କପ୍ତିପଦା ୯୨, ଗୋପ ୯୧, କେନ୍ଦୁଝରଗଡରେ ୮୯, କଙ୍କଡାହାଡ ୮୪.୪, ମହାକାଳପଡା ୮୦, ଅନୁଗୁଳରେ ୬୯ ମିିମି ବର୍ଷା ରେକର୍ଡ ହୋଇଛି।
ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ଆଜି ପୁରୀ, ଖୋର୍ଦ୍ଧା, ଜଗସିଂହପୁର, କଟକ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ଭୁବନେଶ୍ଵରରେ ମଧ୍ୟ ଘଡଘଡି ସହ ପ୍ରବଳ ବର୍ଷା ହୋଇପାରେ। ସେପଟେ ବର୍ଷା ଯୋଗୁଁ କୋଣାର୍କ ସୂର୍ଯ୍ୟ ମନ୍ଦିରର ଉତ୍ତର ପାର୍ଶ୍ବରେ ୧ ଫୁଟର ପାଣି ଜମିରହିଛି। ଫଳରେ ପର୍ଯ୍ୟଟକମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ପରିସ୍ଥିତିକୁ ଦେଖି ପମ୍ପ ସେଟ୍ ଲଗାଇ ପାଣି ନିଷ୍କାସନ ପାଇଁ ଉଦ୍ୟମ ଜାରି ରହିଛି।



