www.samajalive.in
Saturday, December 6, 2025
23.1 C
Bhubaneswar

ସୃଷ୍ଟି ହେଲା ଘୂର୍ଣ୍ଣିବଳୟ ; ୨୩ ତାରିଖରୁ ୩ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା..

ଭୁବନେଶ୍ୱର : କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ ।ଉତ୍ତର ପଶ୍ଚିମ ଦିଗରେ ଗତି କରି ଅବପାତର ରୂପ ନେବ । ୨୨ ତାରିଖରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ଅନୁମାନ କରାଯାଉଛି । ୨୨ ପରେ ଏହା ଉତ୍ତର ପଶ୍ଚିମ ଦିଗରେ ଗତି କରିପାରେ । ଏହାପରେ ଆହୁରି ତୀବ୍ର ବା ଘନୀଭୂତ ହୋଇପାରେ । ଏହାର ପ୍ରଭାବରେ ଆସନ୍ତା ୨୩ ତାରିଖରୁ ୩ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏଯାଏଁ ବାତ୍ୟା ଉପରେ କୌଣସି ଆକଳନ କରାଯାଇନି ।

୧୫ ନଭେମ୍ବରରେ ଶନିଙ୍କ ସିଧା ଚଳନ ଏହି ରାଶିଙ୍କୁ କରିବ ଭାଗ୍ୟଶାଳୀ: ମିଳିବ ଧନ, ଦୂର ହେବ ଶନି ଦଶା, ସବୁ ସମସ୍ୟା..

- Advertisement -

ଭାରତୀୟ ପାଣିପାଗ ବିଭାଗ ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି, କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ୨୧ ତାରିଖରେ କେନ୍ଦ୍ରୀୟ ବଙ୍ଗୋପସାଗରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଥିବା ବେଳେ ଏହାପରେ ଲଘୁଚାପ କ୍ଷେତ୍ରଟି ଉତ୍ତର ପଶ୍ଚିମ ଦିଗକୁ ଗତି କରି ୨୩ ତାରିଖରେ ଅବପାତରେ ପରିଣତ ହୋଇପାରେ । ବର୍ତ୍ତମାନ ଓଡିଶା ଉପରେ ଏହାର ପ୍ରଭାବ ନାହିଁ । ଆଣ୍ଡାମାନ ସାଗର ଓ ନିକଟବର୍ତ୍ତି ଅଞ୍ଚଳରେ ବର୍ଷା ସହ କୋହଲା ପାଗ ସୃଷ୍ଟି କରିଛି । ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ଧିରେ ଧିରେ ବଙ୍ଗୋପସାଗର ଅଶାନ୍ତ ହେବା ସହ ପବନ ବେଗ ବଢିବ । ୨୩ ତାରିଖ ବେଳକୁ ପବନର ବେଗ ଘଣ୍ଟାପ୍ରତି ୪୫ ରୁ ୫୫ କିମି ହୋଇପାରେ । କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ୬୫ କିିମି ପର୍ଯ୍ୟନ୍ତ ଘଣ୍ଟା ପ୍ରତି ପବନର ବେଗ ରହିପାରେ । ସମୁଦ୍ର ଅଶାନ୍ତ ରହିଥିବାରୁ ୨୨ ତାରିଖରୁ ୨୫ ପର୍ଯ୍ୟନ୍ତ କେନ୍ଦ୍ରୀୟ ବଙ୍ଗୋପସାଗରରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି । ସେହିଭଳି ଉତ୍ତର ବଙ୍ଗୋପସାଗରରେ ୨୪ ତାରିଖରୁ ସମୁଦ୍ର ଅଶାନ୍ତ ରହିବ । ପବନର ବେଗ ଅଧିକ ରହିବ । ତେଣୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି । ବର୍ତ୍ତମାନ ଯେଉଁ ମତ୍ସ୍ୟଜୀବୀ ଅଛନ୍ତି, ସେମାନେ ୨୧ ତାରିଖ ସୁଦ୍ଧା ଉପକୂଳକୁ ଫେରି ଆସିବା ଉଚିତ୍‌ । ଏହାର ପ୍ରଭାବରେ ୨୩ ତାରିଖରୁ ୨୫ ତାରିଖ ପର୍ଯ୍ୟନ୍ତ ଉପକୂଳ ଓଡିଶାରେ ବର୍ଷା ସମ୍ଭାବନା ରହିଛି ।

ଦେଖନ୍ତୁ ଭିଡିଓ; ରେଳଧାରଣାକୁ ହଠାତ୍‌ ଆସିଗଲେ ୬୦ ହାତୀ, ଏମିତି ଜୀବନ ରକ୍ଷା କଲେ ଲୋକୋ ପାଇଲଟ୍‌..

ସ୍ମାର୍ଟଫୋନ୍‌ ହୋଲି ଷ୍ଟୋର୍‌: ୱାନପ୍ଲସ୍‌ ଓ ସାମ୍‌ସଙ୍ଗ୍ ଫୋନ୍‌ ଉପରେ ବିପୁଳ ରିହାତି, ଆଇଫୋନ୍‌ ବି ଶସ୍ତା

 

Hot this week

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

Related Articles

Popular Categories