ଭୁବନେଶ୍ୱର : କେନ୍ଦ୍ରୀୟ ଆଣ୍ଡାମାନ ସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସକ୍ରିୟ ନେଇ ବୁଧବାର ସୂଚନା ମିଳିଛି। ପଶ୍ଚିମ,ଉତ୍ତର-ପଶ୍ଚିମ ଦିଗରେ ଗତି କରି ଆସନ୍ତାକାଲି ଅବପାତର ରୂପ ନେବ। ୪ ତାରିଖ ସକାଳେ ଉତ୍ତର ଆନ୍ଧ୍ର, ଓଡିଶା ଉପକୂଳରେ ପହଞ୍ଚିବାର ସମ୍ଭାବନା ରହିଛି। ଡିସେମ୍ବର ୩ ତାରିଖ ସନ୍ଧ୍ୟାରୁ ବର୍ଷାର ପରିମାଣ ବୃଦ୍ଧି ପାଇବ। ଏହାସହ ୩ ତାରିଖ ସନ୍ଧ୍ୟାରୁ ୪ଟି ଜିଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଉକ୍ତ ୪ ଜିଲା ଗଜପତି, ଗଞ୍ଜାମ, ଜଗତସିଂହପୁର ଓ ପୁରୀ। ଏହି ୪ ଜିଲାରେ ଗୋଟିଏରୁ ୨ଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସାମ୍ଭାବ୍ୟ ବାତ୍ୟାର ପ୍ରଭାବ ୪ ତାରିଖରେ ସର୍ବାଧିକ ରହିବ। ସମ୍ଭାବ୍ୟ ବାତ୍ୟାକୁ ଜୱାଦ୍ ନାମକରଣ କରାଯାଇଛି। ପାହାଡିଆ ସ୍ଥାନରେ ଭୂସ୍ଖଳନର ସମ୍ଭାବନା ରହିଥିବାରୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ମତ୍ସ୍ୟଜୀବୀଙ୍କୁ ଗତକାଲି ସୁଦ୍ଧା ଫେରି ଆସିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।
Popular Categories



