www.samajalive.in
Monday, December 8, 2025
24.1 C
Bhubaneswar

୮ ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ବର: ପୂର୍ବ ଉତ୍ତର ପ୍ରଦେଶ, ଉତ୍ତର ପୂର୍ବ ଆସାମ ସହ ବିହାର ଏବଂ ହିମାଳୟ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ନିମ୍ନଚାପ ରେଖା ରହିଛି। ଏହାର ପ୍ରଭାବରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ସମ୍ବଲପୁର, ଦେବଗଡ଼, ସୁନ୍ଦରଗଡ଼, ଅନୁଗୋଳ, ଢେଙ୍କାନାଳ, କଟକ, କୋରାପୁଟ ଏବଂ ମାଲକାନଗିରି ଜିଲାର କିଛି ଅଞ୍ଚଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଭଳି ଆକଳନ କରି ଉପରୋକ୍ତ ଜିଲାଗୁଡ଼ିକ ସତର୍କ ସୂଚନା ଜାରି କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ପାଣିପାଗ କେନ୍ଦ୍ରର ଆକଳନ ଅନୁଯାୟୀ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, ରାୟଗଡ଼ା, ବୌଦ୍ଧ, କୋରାପୁଟ ଏବଂ ମାଲକାନଗିରି ଜିଲାର କିଛି ସ୍ଥାନରେ ବଜ୍ରପାତ ହୋଇପାରେ। ଉପରୋକ୍ତ ଜିଲାଗୁଡ଼ିକୁ ସତର୍କ ସୂଚନା ଦିଆଯାଇଛି। ବୁଧବାର କଟକ, ପାରାଦ୍ବୀପ, ଗୋପାଳପୁର, ପୁରୀ, ସୋନପୁର ଏବଂ ପାରଳାଖେମୁଣ୍ଡି ଜିଲାର କେତେକ ସ୍ଥାନରେ ବର୍ଷା ହୋଇଥିବା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

Related Articles

Popular Categories