ଭୁବନେଶ୍ୱର : ଆସନ୍ତା ୧୫ ତାରିଖ ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡଘଡି ଓ କୁଆପଥର ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ ଆସନ୍ତା ୨୪ ଘଂଟା ମଧ୍ୟରେ କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, ବୌଦ୍ଧ, ଗଞ୍ଜାମ, ଗଜପତି, ନୟାଗଡ଼ ଓ ଅନୁଗୁଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କୁଆପଥର ସହ ପ୍ରବଳ ବର୍ଷା ସମ୍ଭାବନା ରହିଥିବାରୁ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଏହି ସମୟ ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ବଲାଙ୍ଗୀର,ସମ୍ବଲପୁର , ଢ଼େଙ୍କାନାଳ, ଖୋର୍ଦ୍ଧା, ପୁରୀ, କଟକ ଓ ସୁବର୍ଣ୍ଣପୁର ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡଘଡି ସହ ବର୍ଷା ଆଶଙ୍କା ରହିଛି। ଏହି ଜିଲ୍ଲା ଗୁଡିକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ସେହିପରି ଆସନ୍ତାକାଲିଠାରୁ ୧୫ ତାରିଖ ମଧ୍ୟରେ ବାଲେଶ୍ୱର , ଭଦ୍ରକ, ଯାଜପୁର ,କେନ୍ଦ୍ରାପଡା, ଜଗତସିଂହପୁର, କଟକ, ନୟାଗଡ, ଖୋର୍ଦ୍ଧା , ପୁରୀ, ଗଂଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, ରାୟଗଡ଼ା, କୋରାପୁଟ , ଢେଙ୍କାନାଳ ଓ ମାଲକାନଗିରି ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡଘଡି ସହ ବର୍ଷା ଆଶଙ୍କା ରହିଛି । ଏଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
୧୫ ଯାଏଁ ବର୍ଷା ସମ୍ଭାବନା
Popular Categories



