www.samajalive.in
Monday, December 15, 2025
24.1 C
Bhubaneswar

୬ ଯାଏ ଉପକୂଳରେ ବର୍ଷା

ଭୁବନେଶ୍ବର : ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଲାଗି ରହିଛି। ଶନିବାର ପୁରୀ, କଟକ, ଭୁବନେଶ୍ବର, ଦାରିଙ୍ଗବାଡ଼ି, ବାଲେଶ୍ବର, କୋରାପୁଟ, ସୁବର୍ଣ୍ଣପୁର, ବୌଦ୍ଧ, ଯାଜପୁର, ଢେଙ୍କାନାଳ ଏବଂ ଖୋର୍ଦ୍ଧାରେ ପ୍ରବଳ ବର୍ଷା ହୋଇଛି। ଦକ୍ଷିଣ-ପୂର୍ବ ଦିଗରୁ ବଙ୍ଗୋପସାଗର ମଧ୍ୟରୁ ପୁରୀ ସହର ମୁହାଁ ହେଉଛି ମେଘଖଣ୍ଡ। ଏହାର ପ୍ରଭାବରେ ପୁରୀରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇଛି। ଅପରାହ୍ଣ ସାଢେ ୪ଟାରେ ଭୁବନେଶ୍ବରରେ ଝଡ଼ବର୍ଷା ହୋଇଥିବା ଦେଖିବାକୁ ମିଳିଛି। ଆସନ୍ତାକାଲିଠାରୁ ଉପକୂଳ ଓଡ଼ିଶାରେ ବର୍ଷା ପରିମାଣ ବଢିବ। ୬ ତାରିଖ ପର୍ଯ୍ୟନ୍ତ ଉପକୂଳବର୍ତ୍ତୀ ଜିଲା ଗୁଡ଼ିକରେ ତୁହାକୁ ତୁହା ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ନାନୁମାନ କରି ସତର୍କ ସୂଚନା ଜାରି କରିଛି। ପାଣିପାଗ ବିଭାଗର ପୂର୍ବାନୁମାନ କହୁଛି, ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଆନ୍ଧ୍ର ଉପକୂଳରେ ସକ୍ରିୟ ଘୂର୍ଣ୍ଣିବଳୟ ଆସନ୍ତାକାଲି ଉତ୍ତର-ପୂର୍ବ ଏବଂ ଏହାର ପାର୍ଶ୍ବବର୍ତ୍ତୀ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ପହଞ୍ଚିବାର ଆଶଙ୍କା ରହିଛି। ଏହାର ପ୍ରଭାବରେ ଆସନ୍ତାକାଲି ଉପକୂଳ ଓଡ଼ିଶାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତାକାଲି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ,ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ ଏବଂ ଢେଙ୍କାନାଳର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories