ଭୁବନେଶ୍ଵର: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ଘୂର୍ଣ୍ଣିବଳୟ ପ୍ରଭାବରେ ଗାଙ୍ଗେୟ ପଶ୍ଚିମବଙ୍ଗରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଦୁଇ ତିନି ଦିନ ମଧ୍ୟରେ ପଶ୍ଚିମ-ଉତ୍ତର ପଶ୍ଚିମ ଆଡକୁ ମୁହାଁଇବାର ସମ୍ଭାବନା ରହିଛି। ଯାହାର ପ୍ରଭାବରେ ୨୪ ଘଣ୍ଟାରେ ବିସ୍ତୃତି ବର୍ଷା ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଉତ୍ତର ଓଡିଶାର କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ଆକଳନ କରିଛି। ସେପଟେ ଲଘୁଚାପ ପ୍ରଭାବରେ ଆଜି ସକାଳୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଆଜି ପାଇଁ ୧୨ ଜିଲାକୁ ଅରେଞ୍ଜ ସତର୍କତା ଜାରି କରାଯାଇଚି। ଖୋର୍ଦ୍ଧା, କଟକ, ଗଞ୍ଜାମ, ଗଜପତି, ପୁରୀ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, ଭଦ୍ରକ, କୋରାପୁଟ, ଦେବଗଡ଼ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି। ଆସନ୍ତା ୨୦ ତାରିଖ ଯାଏଁ ବର୍ଷା ଲାଗି ରହିବା ନେଇ ସୂଚନା ରହିଛି।
Popular Categories



