www.samajalive.in
Sunday, December 7, 2025
16.1 C
Bhubaneswar

ପ୍ରବଳ ବର୍ଷିବ ; ୪ ଜିଲାକୁ ରେଡ୍‍,୧୨ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର : ରାଜ୍ୟରେ ଅନେକ ସ୍ଥାନରେ ଜାରି ରହିଛି ବର୍ଷା। ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହେଲା ଅବପାତ। ଉତ୍ତର ପୂର୍ବ ଓ ପାଶ୍ୱର୍ବର୍ତ୍ତୀ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏହି ଅବପାତ ସୃଷ୍ଟି ହୋଇଛି। ଅବପାତ ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗକୁ ଗତି କରିବ। ଏହାସହ ୬ ଘଣ୍ଟାରେ ଅଧିକ ଘନୀଭୂତ ହୋଇ ଗଭୀର ଅବପାତ ହେବାର ସମ୍ଭାବନା ରହିଛି।
ଅବପାତ ଘନୀଭୂତ ହୋଇ ଗଭୀର ଅବପାତରେ ଉପକୂଳ ଛୁଇଁବ। ଆଜି ସନ୍ଧ୍ୟାରେ ବାଲେଶ୍ୱର ଓ ସାଗର ଦ୍ୱୀପ ମଧ୍ୟରେ ଏହା ଅତିକ୍ରମ କରିବ। ପ୍ରଭାବରେ ୪ ଜିଲାର କିଛି ସ୍ଥାନରେ ଅତ୍ୟନ୍ତ ପ୍ରବଳ ବର୍ଷା ହେବ। ୪ ଜିଲାରେ ଅକସ୍ମାତ ବନ୍ୟା,ପାହାଡି ଅଞ୍ଚଳରେ ଭୂସ୍ଖଳନର ସମ୍ଭାବନା ରହିଛି। ଏହାର ପ୍ରଭାବରେ ବର୍ଷା ପାଇଁ ରାଜ୍ୟରେ ୪ ଜିଲାକୁ ରେଡ୍‍ ଓ ୧୨ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ମୟୁରଭଞ୍ଜକୁ ରେଡ୍‍ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ କେନ୍ଦ୍ରାପଡା ,କଟକ, ଜଗତସିଂହପୁର, ଢେଙ୍କାନାଳ, ଅନୁଗୁଳ, ଦେବଗଡ, ସୁନ୍ଦରଗଡ, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗୀର, ଯାଜପୁରକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏହାସହ ଆଉ ୮ଟି ଜିଲାକୁ ୟୋଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏନେଇ ଆଜି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସଙ୍କ ପକ୍ଷରୁ ସୂଚନା ମିଳିଛି। ମୋଟାମୋଟି ଭାବେ ବର୍ଷାର ପ୍ରଭାବ ସାରା ରାଜ୍ୟରେ ରହିବ।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories