www.samajalive.in
Monday, December 15, 2025
27.1 C
Bhubaneswar

୩୧ ସୁଦ୍ଧା ଘୂର୍ଣ୍ଣିବଳୟ, ୩ ଯାଏ ଲଗାଣ ବର୍ଷା

ଭୁବନେଶ୍ଵର: ଆସନ୍ତା ୩୧ ତାରିଖ ସୁଦ୍ଧା ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏହି ଘୂର୍ଣ୍ଣିବଳୟ ସୃଷ୍ଟି ହେବା ନେଇ ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ଘୂର୍ଣ୍ଣିବଳୟ ଯୋଗୁ ଅଗଷ୍ଟ ୩ ତାରିଖ ଯାଏ ପ୍ରବଳ ବର୍ଷା ହେବ। ବିଶେଷକରି ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ସେହିପରି ଆଗାମୀ ୨୪ ଘଣ୍ଟା ମଧ୍ୟରେ ବର୍ଷା ନେଇ ୬ଟି ଜିଲାକୁ ହଳଦିଆ ସତର୍କତା ଜାରି କରାଯାଇଛି। ଏହି ଜିଲାଗୁଡ଼ିକ ହେଲା ବାଲେଶ୍ଵର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଏବଂ ଯାଜପୁର। ଏସବୁ ଜିଲାରେ ୭୦ରୁ ୧୧୦ ମିଲିମିଟର ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି। ୩୧ ତାରିଖରେ ଛତିଶଗଡ଼ ସମେତ ଓଡ଼ିଶାରେ ୧୬ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୮ ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଛି। ୧୧ ଜିଲାରେ ୨୦ ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଛି। ଘୂର୍ଣ୍ଣିବଳୟ ଯୋଗୁ ନିଅଣ୍ଟିଆ ବର୍ଷା ଭରଣ ହୋଇପାରିବ ବୋଲି ଆଶା କରାଯାଇଥିବା ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

Hot this week

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

Related Articles

Popular Categories