www.samajalive.in
Friday, December 5, 2025
20.1 C
Bhubaneswar

୨୮ ପର୍ଯ୍ୟନ୍ତ ପ୍ରବଳ ବର୍ଷା

ଭୁବନେଶ୍ୱର: ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଘୂର୍ଣ୍ଣିବଳୟ ପ୍ରଭାବରେ ବଜ୍ରପାତ ସହ ଝଡ଼ବର୍ଷାର ସମ୍ଭାବନା ଥିବା ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।

ଦକ୍ଷିଣ ଉତ୍ତର ପ୍ରଦେଶରୁ ଉତ୍ତର ପଶ୍ଚିମ ବଙ୍ଗୋପସାଗର, ଉତ୍ତର ପୂର୍ବ ମଧ୍ୟପ୍ରଦେଶ ଝାଡ଼ଖଣ୍ଡ ଏବଂ ଉତ୍ତର ଓଡ଼ିଶା ଉପରେ ଥିବା ଘୂର୍ଣ୍ଣିବଳୟରୁ ଏକ ଟ୍ରଫ ଲାଇନ ସୃଷ୍ଟି ହୋଇଛି। ଆନ୍ଧ୍ର ଉତ୍ତର ଉପକୂଳ ଏବଂ ଦକ୍ଷିଣ ଓଡ଼ିଶା ମଧ୍ୟରେ ପଶ୍ଚିମ କେନ୍ଦ୍ରୀୟ ତଥା ସଂଲଗ୍ନ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ବାୟୁମଣ୍ଡଳ ଉପରେ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି। ସୋମବାର ଅପରାହ୍ଣ ୫.୩୦ ସୁଦ୍ଧା ଦାରିଙ୍ଗବାଡ଼ିରେ ୬୭ ମି.ମି.,ବଲାଙ୍ଗୀରରେ ୪୫ .୪ ମି.ମି., ଗୋପାଳପୁରରେ ୨୧.୯ ମି.ମି., ଢେଙ୍କାନାଳରେ ୧୪, ନବରଙ୍ଗପୁରରେ ୧୨.୪ ମି.ମି ବର୍ଷା ହୋଇଛି। ୨୪ ଘଣ୍ଟା ମଧ୍ୟରେ ଯାଜପୁର, ମାଲକାନଗିରି, କୋରାପୁଟ ଓ କଟକରେ ମଧ୍ୟ ପ୍ରବଳ ବର୍ଷା ହୋଇଛି।

- Advertisement -

ଆସନ୍ତାକାଲି ରାଜ୍ୟର ସମସ୍ତ ୩୦ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ଝଡ଼ବର୍ଷା ସମ୍ଭାବନା ଥିବାରୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏହି ସମୟରେ ପବନର ବେଗ ୩୦-୪୦ କି.ମି. ରହିବ। ୨୫ରୁ ବର୍ଷା ପରିମାଣ ବଢ଼ିବ। କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। କେନ୍ଦୁଝର, ମୟୂରଭଞ୍ଜ ଏବଂ ବାଲେଶ୍ବର ଜିଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଏହି ସମୟରେ ପବନର ବେଗ ୩୦-୪୦ କି.ମି. ରହିବ। ଗଞ୍ଜାମ, ଗଜପତି, ରାୟଗଡ଼ା, କଳାହାଣ୍ଡି ଏବଂ କନ୍ଧମାଳ ଜିଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ରହିଛି। ଅନ୍ୟ ସବୁ ଜିଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ୨୬ରେ ମଧ୍ୟ ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ୨୯ ତାରିଖ ବେଳକୁ ରାଜ୍ୟରେ ବର୍ଷା ପରିମାଣ କମିପାରେ। ୨୫ ଓ ୨୬ ତାରିଖରେ ସମୁଦ୍ର ଅଶାନ୍ତ ରହିବ। ପବନର ବେଗ ୩୫-୪୫ କି.ମି ଓ ସ୍ଥଳବିଶେଷରେ ଝଟକା ପବନର ବେଗ ୫୫ କି.ମି. ଛୁଇଁପାରେ। ଏହି ସମୟରେ ମତ୍ସ୍ୟଜୀବୀ ସମୁଦ୍ରକୁ ନ ଯିବା ପାଇଁ ପରାମର୍ଶ ଦିଆଯାଇଛି।

Hot this week

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

Related Articles

Popular Categories