www.samajalive.in
Tuesday, December 9, 2025
17.1 C
Bhubaneswar

ରାଜ୍ୟରେ ଅଦିନିଆ ବର୍ଷା; ୭ଟି ଜିଲ୍ଲାରେ ସତର୍କ ସୂଚନା ଜାରି

ଭୁବନେଶ୍ୱର : ଜମ୍ମୁ-କାଶ୍ମୀରରୁ ଆସାମ ପର୍ଯ୍ୟନ୍ତ ସୃଷ୍ଟି ହୋଇଥିବା ଲଘୁଚାପର ପ୍ରଭାବ ଓଡିଶାରେ ଦେଖିବାକୁ ମିଳିଛି । କଟକ ଓ ଭୁବନେଶ୍ବର ସମେତ ରାଜ୍ୟର ଅନ୍ୟାନ୍ୟ ସ୍ଥାନରେ କୋହଲା ପାଗ ସହ ବର୍ଷା ହୋଇଛି । ଶନିବାର ଭୋରରୁ କଟକ, ଭୁବନେଶ୍ୱର, ବାଲେଶ୍ୱର ଓ ବଲାଙ୍ଗିର ଆଦି ସ୍ଥାନରେ ଘଡଘଡି ଓ ବିଜୁଳି ସହ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇଥିବା ସୂଚନା ମିଳିଛି । ଏହା ସହ ରାଜ୍ୟର ୭ଟି ଜିଲ୍ଲାରେ ସତର୍କ ସୂଚନା ଜାରି କରାଯାଇଛି । ଗଜପତି, ଗଞ୍ଜାମ, ନୟାଗଡ, ଖୋର୍ଦ୍ଧା, କଟକ, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । ବିଶେଷ ଭାବେ ଟୁଇନ୍ ସିଟି ଭୁବନେଶ୍ବର ଓ କଟକ ସମତେ ଉପକୂଳ ଅଞ୍ଚଳରେ ଶନିବାର ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ଆସନ୍ତା ୧୮ ତାରିଖ ମଧ୍ୟରେ ଓଡିଶାର ଉପକୂଳ ଓ ଆଭ୍ୟନ୍ତର ଅଞ୍ଚଳରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଏହି ଦୁଇ ଦିନ ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ନ ଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି । ବର୍ଷା ଯୋଗୁ ରାଜ୍ୟରେ ପୁଣି ଶୀତର ପ୍ରକୋପ ବଢ଼ିପାରେ ବୋଲି ଅନୁମାନ କରାଯାଉଛି ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories