www.samajalive.in
Thursday, December 11, 2025
27.1 C
Bhubaneswar

ଘୂର୍ଣ୍ଣିବଳୟ ପ୍ରଭାବରେ ତିନିଦିନ ବର୍ଷା

ଭୁବନେଶ୍ବର : ପଶ୍ଚିମବଙ୍ଗ ଏବଂ ବାଂଲାଦେଶ ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତାକାଲିଠାରୁ ପାଗ ବଦଳିଯିବା ସହିତ ୪ରୁ ୬ ତାରିଖ ମଧ୍ୟରେ ରାଜ୍ୟରେ ବର୍ଷା ପ୍ରଭାବ ଅନୁଭୂତ ହେବ। ଆସନ୍ତା ୪ତାରିଖରୁ ଅଳ୍ପ କିଛି ସ୍ଥାନରେ ବର୍ଷାର ସମ୍ଭାବନା ଥିବାବେଳେ ୫ ଓ ୬ ତାରିଖରେ ଅଧିକାଂଶ ଜିଲାରେ ବର୍ଷା ସହିତ ୩୦ରୁ ୪୦କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ବର୍ଷା ପାଇଁ ସତର୍କ ରହିବାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଆସନ୍ତା ୪ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ସନ୍ଦରଗଡ଼, ଭଦ୍ରକ, ଯାଜପୁର, କଟକ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, ଗଞ୍ଜାମ, ଗଜପତି ଓ ରାୟଗଡ଼ାରେ ବର୍ଷା ହେବ। ଏହି ସମୟରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, ଯାଜପୁର, କଟକ, କନ୍ଧମାଳ ଓ ନୟାଗଡ଼ରେ ୩୦ରୁ ୪୦କିମି ବେଗରେ ପବନ ବହିବ ଏବଂ ଘଡ଼ଘଡ଼ି ସହିତ ବର୍ଷା ହେବ। ସୁନ୍ଦରଗଡ଼, ଝାରସୁଗୁଡ଼ା, ଗଞ୍ଜାମ, ଗଜପତି, ରାୟଗଡ଼ା ଓ ଖୋର୍ଦ୍ଧାରେ ଘଡ଼ଘଡ଼ି ସହିତ ବର୍ଷା ହେବ। ୫ତାରିଖରେ ଉତ୍ତର ଓଡ଼ିଶାର ଅଧିକାଂଶ ଅଞ୍ଚଳ ଓ ଦକ୍ଷିଣ ଓଡ଼ିଶାର ଅଳ୍ପ କିଛି ଅଞ୍ଚଳରେ ବର୍ଷା ହେବ। ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବୌଦ୍ଧ, ଅନୁଗୋଳ, କନ୍ଧମାଳ, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଢ଼େଙ୍କାନାଳ ଓ କଟକରେ ଘଡ଼ଘଡ଼ି ସହିତ ବର୍ଷା ଏବଂ ୩୦ରୁ ୪୦କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ସେହିପରି ୬ତାରିଖରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବର୍ଷାର ସମ୍ଭାବନା ଥିବାବେଳେ କନ୍ଧମାଳ, ନୟାଗଡ଼, କଟକ, ଖୋର୍ଦ୍ଧା, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ଢ଼େଙ୍କାନାଳରେ ଘଡ଼ଘଡ଼ି ସହିତ ବର୍ଷା ଓ ୩୦ରୁ ୪୦ କିମି ବେଗରେ ପବନ ବହିବ। ଆସନ୍ତା ୪ଦିନ ଭିତରେ ଦିନ କିମ୍ବା ରାତିର ତାପମାତ୍ରାରେ ବି​‌େ​‌ଶଷ ପରିବର୍ତ୍ତନର ସମ୍ଭାବନା ନାହିଁ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।

Hot this week

ଥରୁଛି ସାରା ଓଡିଶା : ୧୦ ଡିଗ୍ରୀ ତଳେ ୧୬ ସହର

ଭୁବନେଶ୍ଵର : ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ୧୦ ଡିଗ୍ରୀ...

ବସ୍‌-ବାଇକ୍ ଧକ୍କା : ଦୁଇ ଛାତ୍ର ମୃତ

ପଦ୍ମପୁର: ରାୟଗଡା ଜିଲ୍ଲା ରାମନାଗୁଡା ବ୍ଲକ ପାଲୁପାଇ ନିକଟରେ ବସ୍- ବାଇକ୍...

ଗୋଆ ଅଗ୍ନିକାଣ୍ଡ : ମାଲିକ ଲୁଥ୍ରା ଭ୍ରାତାଙ୍କୁ ଅଟକ ରଖିଛି ଥାଇଲାଣ୍ଡ ପୁଲିସ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଫୁଲବାଣୀରେ ପ୍ରଥମ ତୁଷାରପାତ

ଫୁଲବାଣୀ : କନ୍ଧମାଳରେ ଏବେ ହାଡ଼ ଭଙ୍ଗା ଶୀତ ଅରମ୍ଭ ହୋଇଛି।...

ରାସ୍ତାକଡରେ ପୁଳା ପୁଳା ଔଷଧ: ସ୍ଵାସ୍ଥ୍ୟ ବିଭାଗର ତଦନ୍ତ

ବାଲେଶ୍ଵର: ରାସ୍ତାକଡ଼ରେ ପଡ଼ିଛି ପୁଳା ପୁଳା ସରକାରୀ ମେଡିସିନ୍। ଏଭଳି ଘଟଣା...

Related Articles

Popular Categories