ଭୁବନେଶ୍ୱର : ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟ ସୋମବାର ଦିନ ନିରାଡମ୍ବର ଭାବେ କୋଭିଡ କଟକଣା ଅନୁସାରେ ରଜ ଉତ୍ସବ ପାଳନ କରିଛନ୍ତି। ସେ ପ୍ରଥମେ ଭୁବନେଶ୍ୱର ସ୍ଥିତ ପାନ୍ଥନିବାସ ଏବଂ ପରେ ଭୁବନେଶ୍ୱର ଉପକଣ୍ଠ ସ୍ଥିତ ମଦନପୁର ଠାରେ କିଛି ଛୋଟ ପିଲାଙ୍କ ସହ ରଜପର୍ବ ପାଳନ କରିଥିଲେ। ନିଜେ ଦୋଳି ଖେଳିବା ସହ ଛୋଟ ପିଲାମାନଙ୍କୁ ଦୋଳି ଖେଳାଇଥିଲେ। ସେ କହିଥିଲେ କରୋନାର ଯନ୍ତ୍ରଣା ଭିତରେ ପବିତ୍ର ରଜ ପର୍ବକୁ କେବଳ ସାଂକେତିକ ଭାବରେ ପାଳନ କରାଯାଉଛି। ଯେଉଁଠି ୫୦ଟି ଦୋଳି ଲାଗିବା କଥା ସେଠି ଗୋଟିଏ ଦୋଳି ଲଗାଇ କେବଳ ପର୍ବ ପାଳନ କରାଯାଉଛି। ରଜ ତିନିଦିନିକୁ ଓଡ଼ିଶାର ପୁରପଲ୍ଲୀର ସାଧାରଣ ଲୋକ ଯେଉଁ ଯାକଜମକରେ ପାଳନ କରିଥାନ୍ତେ ସେଥିରେ କରୋନା ବାଧକ ସାଜିଛି। ସେ କହିଥିଲେ ଏହି ପର୍ବର ପ୍ରଥମ ଦିନ ଶୁଖିଲା ଖଇ, ଉଖୁଡ଼ା ଓ ମୁଆଁ, ଦ୍ୱିତୀୟ ଦିନ ପିଠାପଣା ଏବଂ ତୃତୀୟ ଦିନ ଆମିଷ ଭୋଜନ କରାଯାଏ। କରୋନା ମହାମାରୀ ଥିବାରୁ ଲୋକେ ଏ ପର୍ବକୁ ଅନ୍ତରରେ ଏବଂ ହୃଦୟରେ ମନେପକେଇ ପାଳନ କରନ୍ତୁ।
Popular Categories



