www.samajalive.in
Wednesday, November 19, 2025
29.1 C
Bhubaneswar

ବିଜେଡି ନେତା ରାଜା ଚକ୍ର ଗିରଫ: କଳା ସାମ୍ରାଜ୍ୟର ଗୁମର ଖୋଲିଲେ କ୍ରାଇମ୍‌ବ୍ରାଞ୍ଚ ଡିଜି

ଭୁବନେଶ୍ଵର: ବିଜେଡି ନେତା ରାଜା ଚକ୍ରଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ ଇଓଡବ୍ଲୁ। ଗନ୍ଧମାର୍ଦ୍ଦନ ଖଣି ଲୋଡିଂ ଏଜେନ୍ସି ଦୁର୍ନୀତି ମାମଲାରେ ତାଙ୍କୁ ଗିରଫ କରାଯାଇଛି। ଏ ନେଇ ପ୍ରେସମିଟ୍ ଜରିଆରେ ସୂଚନା ଦେଇଛନ୍ତି କ୍ରାଇମ୍‌ବ୍ରାଞ୍ଚ ଡିଜି। ୨୦୧୭-୧୮ ମସିହାରୁ ମାର୍ଚ୍ଚ ୨୦୨୪ ମଧ୍ୟରେ ୧୮୫ କୋଟି ଆୟ କରିଥିଲା ଏଜେନ୍ସି। ଆୟ ଏହାଠାରୁ ଅଧିକ ବି ହୋଇପାରେ। ଅଡିଟ୍ ହେଲେ ଜଣାପଡିବ। ପାରିପାର୍ଶ୍ବିକ ବିକାଶ ପାଇଁ ୩୪ କୋଟି ଖର୍ଚ୍ଚ ହୋଇଥିବା ଦେଖାଇଛନ୍ତି। କିନ୍ତୁ କୌଣସି ପାରିପାର୍ଶ୍ବିକ ବିକାଶ ହୋଇନଥିବା ଦୁଇ ଜଣ ବିଡିଓ କହିଛନ୍ତି। ମା କାଳୀ ନାମକ ଏକ ପେଟ୍ରୋଲ ପମ୍ପକୁ ୯ କୋଟି ଟଙ୍କା ପେମେଣ୍ଟ ହୋଇଛି। ପଚାରିବାରୁ ଜାଣିଲୁ ଜିଏମ୍‌ଆଇଏଲ୍‌ କୁ କୌଣସି ତେଲ ଦିଆଯାଇନି। ରାଜା ଚକ୍ରଙ୍କ ଗାଡିକୁ ଏସବୁ ତେଲ ଦିଆଯାଇଥିବା ତଦନ୍ତରୁ ଜଣାପଡିଛି। ସହାୟତା ନାଁରେ ୪ ବର୍ଷରେ ଗାଁ ଲୋକଙ୍କୁ ୩୩ କୋଟି ଟଙ୍କା ବଣ୍ଟା ହୋଇଛି। ଗାଁ ଲୋକଙ୍କ ସମର୍ଥନ ପାଇଁ ଏସବୁ ଟଙ୍କା ବଣ୍ଟାଯାଇଛି।

Hot this week

ରଣଜୀ ଟ୍ରଫି : ଓଡିଶାର ପ୍ରଥମ ବିଜୟ

ଭୁବନେଶ୍ୱର:ରଣଜୀ ଟ୍ରଫିରେ ଚଳିତ ସିଜନରେ ଓଡିଶାର ପ୍ରଥମ ବିଜୟ ହୋଇଛି। ନାଗାଲାଣ୍ଡକୁ...

ଶପଥ ନେବେ ନୀତିଶ : ବଦଳିଲା ସମୟ

ସମାଜ ଲାଇଭ ଡ଼େସ୍କ : ଆସନ୍ତାକାଲି ବିହାର ମୁଖ୍ୟମନ୍ତ୍ରୀ ଭାବେ ଶପଥ...

ସାପ କାମୁଡା ମୃତ୍ୟୁ ପାଇଁ ୧୦ ଲକ୍ଷ !

ଭୁବନେଶ୍ଵର: ସାପ କାମୁଡା ମୃତ୍ୟୁ ପାଇଁ କ୍ଷତିପୂରଣ ରାଶି ୧୦ ଲକ୍ଷକୁ...

ମାରି​ଦେଲା ଚିପ୍ସ ପ୍ୟାକେଟ୍ ଖେଳନା

ବାଲିଗୁଡ଼ା: ଏମିତି ବି ଆସେ ମୃତ୍ୟୁ। ବାଲିଗୁଡା ବ୍ରାହ୍ମଣୀଗାଁ ଥାନା ତାଜୁଙ୍ଗିଆ...

ଶୀତ ଦିନେ ଗୁଡ ଖାଇଲେ ମିଳିବ ଅନେକ ଫାଇଦା

ସମାଜ ଲାଇଭ ଡ଼େସ୍କ : ଶୀତଦିନ ଆସିବା ସହିତ ଗୁଡ଼ ବଜାରରେ...

Related Articles

Popular Categories