www.samajalive.in
Monday, December 15, 2025
26.1 C
Bhubaneswar

ରାଜା ଚକ୍ରଙ୍କୁ ରିମାଣ୍ଡରେ ନେବାକୁ ଆବେଦନ

ଭୁବନେଶ୍ଵର: ରାଜା ଚକ୍ରଙ୍କୁ ରିମାଣ୍ଡରେ ନେବାକୁ କ୍ରାଇମବ୍ରାଞ୍ଚ ଇଓଡବ୍ଲୁର ଆବେଦନ। ୫ ଦିନ ରିମାଣ୍ଡରେ ନେବାକୁ କୋର୍ଟରେ ଇଓଡବ୍ଲୁ ଆବେଦନ କରିଛି। ଗନ୍ଧମାର୍ଦ୍ଦନ ଲୋଡିଂ ଏ ଜେନ୍ସି ଦୁର୍ନୀତି ମାମଲାରେ ରାଜା ଜେଲରେ ଅଛନ୍ତି। ଫେରାର ଥିବା ତାଙ୍କ ଆଉ ୩ ସହଯୋଗୀଙ୍କୁ ଧରିବା ଲାଗି ଇଓଡବ୍ଲ୍ୟୁ ବିଭିନ୍ନ ସ୍ଥାନରେ ଚଢ଼ଉ ଜାରି ରଖିଛି। ଏହି ବେଆଇନ କାର୍ଯ୍ୟରେ ଆଉ କେଉଁମାନଙ୍କ ସମ୍ପୃକ୍ତି ରହିଛି, ସେନେଇ ଇଓଡବ୍ଲ୍ୟୁ ତଦନ୍ତ ଚଳାଇଛି। ମାମଲାରେ ରାଜାଙ୍କୁ ସହଯୋଗ କରିଥିବା ସରକାରୀ ବାବୁଙ୍କୁ ତଦନ୍ତ ପରିସରଭୁକ୍ତ କରିବା ଲାଗି ଇଓଡବ୍ଲ୍ୟୁ ତଥ୍ୟ ପ୍ରମାଣ ଯୋଗାଡ଼ କରୁଛି। ପୂର୍ବରୁ ଏହି ମାମଲାରେ ଇଓଡବ୍ଲ୍ୟୁ ସମିତିର ପୂର୍ବତନ ସଭାପତି ମାନସ ରଞ୍ଜନ ବାରିକ ଓ ସମ୍ପାଦକ ଉତ୍କଳ ଦାସଙ୍କୁ ରିମାଣ୍ଡରେ ଆଣି ଜେରା କରିଥିଲା।

Hot this week

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

Related Articles

Popular Categories