www.samajalive.in
Thursday, December 11, 2025
16.1 C
Bhubaneswar

ଓଡିଆ ଅସ୍ମିତା, ଅସ୍ତିତ୍ୱ ଓ ପରମ୍ପରାକୁ ଆମେ ଭୁଲିନୁ, ଆଗକୁ ଏହା ଉପରେ ଆହୁରି ଗୁରୁତ୍ୱ ଦିଆଯିବ-ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ସମୟ ଥିଲା ଅପରାହ୍ନ। ରାଜ୍ୟ ସଂଗ୍ରହାଳୟରେ ହଜାର ହଜାର ପୁଅ, ଝିଅ ଓ ଦର୍ଶକମାନଙ୍କ ଭିଡ। ପାରମ୍ପରିକ ଲୋକକଳା, ଲୋକନୃତ୍ୟ, ଲୋକବାଦ୍ୟରେ ଭରି ଉଠୁଥିଲା ସଂଗ୍ରହାଳୟ ପରିସର। ଏହି ସମୟରେ ଆସି ପହଞ୍ଚିଥିଲେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ। ହୁଳହୁଳି, କରତାଳି ଓ ପାରମ୍ପରିକ ନୃତ୍ୟବାଦ୍ୟର ତାଳେତାଳେ ମୁଖ୍ୟମନ୍ତ୍ରୀଙ୍କୁ ପାଛୋଟି ନେଇଯାଇଥିଲେ ସାଧାରଣ ଜନତା ।

ରାଜ୍ୟ ସଂସ୍କୃତି ବିଭାଗ ପକ୍ଷରୁ ଆୟୋଜିତ ରାଜ୍ୟସ୍ତରୀୟ ରଜ ମହୋତ୍ସବରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଯୋଗଦେଇ ସାଧାରଣ ଲୋକଙ୍କ ସହିତ ପାଳନ କରିଥିଲେ ରଜ ମହୋତ୍ସବ। ଫୁଲ ଗଛରେ ପାଣି ଦେଇ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ ମୁଖ୍ୟମନ୍ତ୍ରୀ। ଜଣେ ଖାଣ୍ଟି ଓଡିଆ ଘରର ପୁଅ ଭଳି ପୋଡ ପିଠା ଖାଇଥିଲେ, ରଜ ପାନ ଖାଇଥିଲେ। ପିଲାଙ୍କୁ ଦୋଳି ମଧ୍ୟ ଖେଳାଇଥିଲେ।

- Advertisement -

ସେଠାରେ ରଜ ମହୋତ୍ସବ ପାଳିବା ପାଇଁ ଉପସ୍ଥିତ ଥିବା ଯୁବକ, ଯୁବତୀ ଓ ଜନତାଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ରଜ ମହୋତ୍ସବ ହେଉଛି ଓଡିଆ ସଂସ୍କୃତି ଓ ଅସ୍ମିତାର ଗଣପର୍ବ। ନୂଆ ସରକାର ଆସିବା ପରେ ସଂସ୍କୃତି ବିଭାଗ ପକ୍ଷରୁ ରଜ ପର୍ବ ପାଳନ କରିବା ଏକ ସୁନ୍ଦର ଉଦ୍ୟମ ବୋଲି ସେ କହିଥିଲେ।

ଓଡିଆ ଘରେ ରଜ ପର୍ବ ପାଳନ ସମ୍ପର୍କରେ ବର୍ଣ୍ଣନା କରି ପୁଅ, ଝିଅମାନେ କିଭଳି ନୂଆ ବସ୍ତ୍ର ପରିଧାନ କରନ୍ତି, ସମସ୍ତେ କିପରି ମିଠା ପତ୍ରରେ ତିଆରି ରଜ ପାନର ମଜା ନିଅନ୍ତି, ମା’ମାନେ କିପରି ପୋଡ ପିଠା କରି ସମସ୍ତଙ୍କୁ ଖୁଆନ୍ତି, ଗାଁ ଗହଳିରେ କିପରି ଦୋଳି ଖେଳ ଓ ତାସ ଖେଳର ମଜା ନିଅନ୍ତି ସେ ସମ୍ପର୍କରେ ବିସ୍ତୃତ ରୂପରେଖ ରଖିଥିଲେ। ମୁଖ୍ୟମନ୍ତ୍ରୀଙ୍କ ଠାରୁ ରଜ ପର୍ବ ବିଷୟରେ ଶୁଣି ସମସ୍ତେ ଅନୁଭବ କରିଥିଲେ ଯେ ମୁଖ୍ୟମନ୍ତ୍ରୀ ହେଉଛନ୍ତି ଜଣେ ଖାଣ୍ଟି ଓଡିଆ ଘରର ପୁଅ।

ଏହାପରେ ତାଙ୍କ ନିଜ ଜନ୍ମମାଟି କେନ୍ଦୁଝର ଓ ମୟୁରଭଞ୍ଜ ଜିଲ୍ଲାରେ କିପରି ସମସ୍ତେ ରଜ ପର୍ବରେ ସାମିଲ ହେବା ପାଇଁ ସହରରୁ ଗାଁକୁ ଯାଇଥାନ୍ତି ସେ ସମ୍ପର୍କରେ ବର୍ଣ୍ଣନା କରିଥିଲେ। ଜିଲ୍ଲାର ସହରସବୁ ଖାଲି ହୋଇଯାଏ। ସମସ୍ତେ ଗାଁକୁ ଯାଇ ରଜ ପାଳନ କରନ୍ତି।

ସେ ପୁଣି କହିଥିଲେ ଯେ ଆପଣମାନଙ୍କ ସହିତ ରଜ ପର୍ବରେ ସାମିଲ ହୋଇ ସେ ବହୁତ ଖୁସି ଅନୁଭବ କରୁଛନ୍ତି। ଏହି ରଜ ଉତ୍ସବ ପ୍ରମାଣ କରୁଛି ଯେ ଆମେ ଓଡିଆ ଅସ୍ମିତା, ଅସ୍ତିତ୍ୱ, ସଂସ୍କୃତି ଓ ପରମ୍ପରାକୁ ଭୁଲିନାହୁଁ। ସେ କହିଥିଲେ ଯେ ତାଙ୍କର ନୂଆ ସରକାର ଓଡିଆ ଅସ୍ମିତା ଓ ସଂସ୍କୃତି ଉପରେ ଗୁରୁତ୍ୱ ଦେଉଛି। ଏହାକୁ ଆଗାମୀ ଦିନରେ ଆହୁରି ଉଜ୍ଜିବୀତ କରାଯିବ ବୋଲି ସେ କହିଥିଲେ।

ଓଡିଆ ଅସ୍ମିତା ଓ ସଂସ୍କୃତିର ଏହି ଗଣପର୍ବକୁ ନୂଆ ସରକାର ଆସିବା ପରେ ପ୍ରଥମ ଥର ପାଇଁ ଯେପରି ଚିତାକର୍ଷକ ଭାବରେ ଆୟୋଜନ କରାଯାଇଛି ସେଥିପାଇଁ ସଂସ୍କୃତି ବିଭାଗକୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଦେଇଥିଲେ। ସଂସ୍କୃତି ବିଭାଗ ସଚିବ ଶ୍ରୀମତୀ ଶାଳିନୀ ପଣ୍ଡିତ ଜନଜାତି ଜୀବନ ଶୈଳି ଉପରେ ଆଧାରିତ ‘Soul of the Soil’ ନାମକ ଏକ କଫି ଟେବୁଲ୍ ପୁସ୍ତକ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଦାନ କରିଥିଲେ। କାର୍ଯ୍ୟକ୍ରମରେ ଏକାମ୍ର ବିଧାୟକ ଶ୍ରୀ ବାବୁ ସିଂ, ବିଭାଗୀୟ ନିର୍ଦ୍ଦେଶକ ଶ୍ରୀ ଦିଲ୍ଲୀପ ରାଉତରାୟ ଓ ଅନ୍ୟ ନେତୃବୃନ୍ଦ ଉପସ୍ଥିତ ଥିଲେ।  ରାସ୍ତାର ଉଭୟ ପାର୍ଶ୍ୱରେ ଜନତା ଦେଲେ ସମ୍ବର୍ଦ୍ଧନା,  ପିଲାଙ୍କ ଠାରୁ ଫୁଲ ନେଲେ, ସେଲ୍‌ଫି ଉଠାଇଲେ।

ସଂଗ୍ରହାଳୟକୁ ଯିବା ରାସ୍ତାର ଉଭୟ ପାର୍ଶ୍ୱରେ ଛୋଟ ପିଲାଙ୍କ ଠାରୁ ଆରମ୍ଭକରି ସାଧାରଣ ଜନତାଙ୍କ ପର୍ଯ୍ୟନ୍ତ ସମସ୍ତେ ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ସ୍ଥାନେ ସ୍ଥାନେ ଗାଡି ଅଟକାଇ ସେ ପିଲାଙ୍କ ଠାରୁ ଫୁଲ ତୋଡା ଗ୍ରହଣ କରିଥିଲେ। ପିଲାଙ୍କ ସହ ସେଲ୍‌ଫି ମଧ୍ୟ ଉଠାଇଥିଲେ। ଜଣେ ସାଧାରଣ ଲୋକଙ୍କ ମୁଖ୍ୟମନ୍ତ୍ରୀ ଭାବେ ସେ ଯେଉଁଭଳି ସରଳ ଭାବରେ ସମସ୍ତଙ୍କ ସହ ମିଶୁଛନ୍ତି, କଥା ହେଉଛନ୍ତି, ସୁଖଦୁଃଖ ଶୁଣୁଛନ୍ତି, ଏହାଦ୍ୱାରା ଲୋକଙ୍କ ମୁଖ୍ୟମନ୍ତ୍ରୀ ଭାବରେ ଗଢିଉଠୁଥିବା ତାଙ୍କ ପରିଚୟ ଆହୁରି ସୁଦୃଢ ହେଉଛି।

Hot this week

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି - ମାଲକାନଗିରି ଜିଲାରେ ଡିସେମ୍ବର ୪ ତାରିଖରେ ଏକ ମୁଣ୍ଡବିହୀନ...

ବନ୍ଧୁକ ବେପାର ବେଳେ ଦୁଇ ବେପାରୀଙ୍କୁ ମାଡି ବସିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର - ନୂଆବର୍ଷ ପୂର୍ବରୁ ଦୁଇ ବନ୍ଧୁକ ବେପାରୀଙ୍କୁ ଗିରଫ କରିଛି...

ଦରମା ଓ ଭତ୍ତା ବୃଦ୍ଧିକୁ ବିରୋଧ କଲେ : ବିଧାୟକ ଲକ୍ଷ୍ମଣ ମୁଣ୍ତା

ଭୁବନେଶ୍ୱର - ଗତ ମଙ୍ଗଳବାର ବିଧାନସଭା ଗୃହରେ ପାରିତ ହୋଇଥିବା ବିଧାୟକ...

Related Articles

Popular Categories