www.samajalive.in
Friday, December 12, 2025
14.1 C
Bhubaneswar

‘ରଜ ମହୋତ୍ସବ-୨୦୨୪’ ଉଦଘାଟିତ, ଓଟିଡ଼ିସି ଆତିଥ୍ୟ ୟୁନିଟରେ ଉପଲବ୍ଧ ହେବ ସ୍ୱତନ୍ତ୍ର ରଜ ପିଠା

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଓଡିଶା ପର୍ଯ୍ୟଟନ ବିକାଶ ନିଗମ (ଓଟିଡିସି) ମୁଖ୍ୟାଳୟରେ ରାଜ୍ୟର ଗଣପର୍ବ ତଥା ମହିଳାମାନଙ୍କ ନିମନ୍ତେ ଉତ୍ସଗୀକୃତ ରଜ ମହୋତ୍ସବ ଉଦଘାଟିତ ହୋଇଛି । ମହିଳା ଏବଂ ଯୁବତୀମାନଙ୍କ ପାଇଁ ରଜ ଦୋଳି, ଅଳତା ଏବଂ ମେହେନ୍ଦି ସମେତ ରଜ ପର୍ବ ସମୟରେ ଓଡିଆ ସୁସ୍ବାଦୁ ଖାଦ୍ୟକୁ ପ୍ରୋତ୍ସାହିତ କରି ଏହି ରଜ ମହୋତ୍ସବ ପାଳନ ଆରମ୍ଭ ହୋଇଛି । ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ଏବଂ ଏକାମ୍ର ବିଧାୟକ ବାବୁ ସିଂ ଏହି କାର୍ଯ୍ୟକ୍ରମକୁ ଉଦ୍ଘାଟନ କରିଥିଲେ।

ତିନି ଦିନିଆ ଉତ୍ସବର ଏକ ଅଂଶ ଭାବରେ ଓଟିଡିସିର ସମସ୍ତ ଆତିଥ୍ୟ ୟୁନିଟ୍ ଗୁଡିକରେ ରଜର ସ୍ୱତନ୍ତ୍ର ସୁସ୍ୱାଦୁ ଖାଦ୍ୟ ଏବଂ ମିଠା ବିକ୍ରୟକୁ ସୁନିଶ୍ଚିତ କରିବା ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ଏଥିସହ ପାନ୍ଥନିବାସରେ ପାରମ୍ପାରିକ ରଜ ଦୋଳି ବ୍ୟବସ୍ଥା କରାଯାଇଛି ଏବଂ ଏହି ପର୍ବ ଅବସରରେ ଭୁବନେଶ୍ୱରସ୍ଥିତ ପାନ୍ଥନିବାସ ଭ୍ରମଣ କରୁଥିବା ମହିଳାମାନଙ୍କ ହାତକୁ ମାଗଣାରେ ମେହେନ୍ଦିରେ ସଜ୍ଜାଇବା ପାଇଁ ବ୍ୟବସ୍ଥା କରାଯାଇଛି ।

- Advertisement -

ଉତ୍ସବକୁ ମହନୀୟ କରିବା ପାଇଁ ରଜର ସୁସ୍ବାଦୁ ପିଠା ଓ ମିଠା ବିକ୍ରୟ ପାଇଁ ତିନୋଟି ‘ପିଠା ଅନ୍ ହୁଇଲ’ ଭ୍ୟାନ୍ ଉଦଘାଟିତ ହୋଇଛି ଏବଂ ମାଷ୍ଟର କ୍ୟାଣ୍ଟିନ, କିଟ୍ ସ୍କୋୟାର, ଆଇଟିଆର- ଖଣ୍ଡଗିରିରେ ସକାଳ ୮ ଟାରୁ ୧୨ ଘଟିକା ଏବଂ ଅପରାହ୍ନ ୪ ଟା ରୁ ୭ ଟା ପର୍ଯ୍ୟନ୍ତ ଏହି ଭ୍ୟାନ ଗୁଡିକ ଉପଲବ୍ଧ ହେବ। ଏହି ଭ୍ୟାନ୍ ଗୁଡିକ ରଜ ପିଠା ଏବଂ ଅନ୍ୟାନ୍ୟ ସୁସ୍ବାଦୁ ଖାଦ୍ୟ ପ୍ରଦାନ କରିବ। ‘ପିଠା ଅନ୍ ହୁଇଲ’ ମଧ୍ୟ ସମ୍ବଲପୁରରେ ଉପଲବ୍ଧ ହେବ। ସିଲଭରସିଟି ବୋଟକ୍ଲବ୍, ଆଇଏସବିଟି କାଫେ ଏବଂ ଭୁବନେଶ୍ୱରସ୍ଥିତ ନିମନ୍ତ୍ରଣ ରେସ୍ତରାଁରେ ଆସନ୍ତା ୧୪ ଜୁନରୁ ୧୬ ଜୁନ୍ ତାରିଖ ପର୍ଯ୍ୟନ୍ତ ସର୍ବସାଧାରଣଙ୍କ ପାଇଁ ବିକ୍ରୟ ପାଇଁ ରଜ ପିଠା କାଉଣ୍ଟର ସ୍ଥାପନ କରାଯିବ।

ଆଜିର ଏହି କାର୍ଯ୍ୟକ୍ରମରେ ଓଡିଶା ପର୍ଯ୍ୟଟନ ଉନ୍ନୟନ ନିଗମ ନିର୍ଦ୍ଦେଶକ ଶ୍ରୀ ସଚିନ ରାମଚନ୍ଦ୍ର ଯାଦବ, ଜେନେରାଲ ମ୍ୟାନେଜର ଡଃ ଲଲାଟେନ୍ଦୁ ସାହୁ, ଉତ୍କଳ ପର୍ଯ୍ୟଟନ ନିଗମ କର୍ମଚାରୀ ସଙ୍ଘ କାର୍ଯ୍ୟକାରୀ ସଭାପତି ବେଣୁଧର ପାତ୍ର ଏବଂ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

Hot this week

୬ ରାଜ୍ୟରେ ଏସ୍‌ଆଇଆର୍‌ ସମୟସୀମା ବୃଦ୍ଧି

ନୂଆଦିଲ୍ଲୀ: ନିର୍ବାଚନ କମିଶନ (ଇସି)ଙ୍କ ତରଫରୁ ଗୁରୁବାର ପାଞ୍ଚ ରାଜ୍ୟ ଓ...

କଂଗ୍ରେସ ହାଇକମାଣ୍ଡଙ୍କ ନିଷ୍ପତ୍ତିକୁ ଅପେକ୍ଷା

ଭୁବନେଶ୍ବର : ପୂର୍ବତନ ବିଧାୟକ ମହମ୍ମଦ ମୋକିମଙ୍କ ଚିଠିକୁ ନେଇ ରାଜ୍ୟ...

୧୮ ଯାଏ ଜାଡ଼

ଭୁବନେଶ୍ବର : ଉତ୍ତର-ପଶ୍ଚିମ ଦିଗରୁ ଥଣ୍ଡା ଶୁଷ୍କ‌ବାୟୁ ରାଜ୍ୟ ମଧ୍ୟକୁ ପ୍ରବେଶ...

ଲୋକସଭାରେ ଇ-ସିଗାରେଟ୍ ଟାଣିଲେ ଟିଏମ୍‌ସି ସଦସ୍ୟ

ନୂଆଦିଲ୍ଲୀ : ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର କେତେକ ମହିଳା ସଦସ୍ୟ ଲୋକସଭାରେ...

ବାର୍‌ରେ ଭୟଙ୍କର ଅଗ୍ନିକାଣ୍ଡ

ଭୁବନେଶ୍ଵର: ଭୁବନେଶ୍ଵର ସତ୍ୟବିହାର ସ୍ଥିତ ଏକ ବାର୍‌ ରେ ଭୟାବହ ଅଗ୍ନିକାଣ୍ଡ...

Related Articles

Popular Categories