ଭୁବନେଶ୍ୱର : ଓଡିଶାର ଗଣପର୍ବ ରଜ। ଆଜି ପହିଲି ରଜ। ଚଳିତ ବର୍ଷ କରୋନା ମହାମାରୀ ପାଇଁ ସଭିଁଏ ଘରେ ରହି ଏହାକୁ ପାଳନ କରୁଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ରଜର ଅଭିନନ୍ଦନ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ଟ୍ୱିଟ ଯୋଗେ କହିଛନ୍ତି, ଗଣପର୍ବ ରଜ ଅବସରରେ ସମସ୍ତଙ୍କୁ ମୋର ଆନ୍ତରିକ ଅଭିନନ୍ଦନ। ବସୁଧା, ପ୍ରକୃତି ଓ ନାରୀମାନଙ୍କ ମହନୀୟତାକୁ ସମ୍ମାନ ଜଣାଇବାର ଏହା ଆମର ଅନନ୍ୟ ପରମ୍ପରା। କୋଭିଡ ସଙ୍କଟ ସମୟରେ ପରିବାର ଲୋକଙ୍କ ସହ ଘରେ ରହି ଏହାକୁ ପାଳନ କରନ୍ତୁ। ସମସ୍ତଙ୍କ ସଚେତନତା ଓ ସହଯୋଗ, କୋଭିଡ ଯୁଦ୍ଧରେ ଆମକୁ ନିଶ୍ଚୟ ବିଜୟୀ କରିବ।
ଗଣପର୍ବ ରଜ ଅବସରରେ ସମସ୍ତଙ୍କୁ ମୋର ଆନ୍ତରିକ ଅଭିନନ୍ଦନ। ବସୁଧା, ପ୍ରକୃତି ଓ ନାରୀମାନଙ୍କ ମହନୀୟତାକୁ ସମ୍ମାନ ଜଣାଇବାର ଏହା ଆମର ଅନନ୍ୟ ପରମ୍ପରା। କୋଭିଡ ସଙ୍କଟ ସମୟରେ ପରିବାର ଲୋକଙ୍କ ସହ ଘରେ ରହି ଏହାକୁ ପାଳନ କରନ୍ତୁ। ସମସ୍ତଙ୍କ ସଚେତନତା ଓ ସହଯୋଗ, କୋଭିଡ ଯୁଦ୍ଧରେ ଆମକୁ ନିଶ୍ଚୟ ବିଜୟୀ କରିବ। pic.twitter.com/V2b9Ov0UFt
— Naveen Patnaik (@Naveen_Odisha) June 14, 2021



